ଆଜିକାଲି ଆମେ ଯଦି ନିଜର ଖାଦ୍ୟ ପ୍ରତି ସତର୍କ ରହିବା ତେବେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରିବା। ବିଶେଷଭାବରେ ଅଧିକ ଫ୍ୟାଟ୍ ଜାତୀୟ ଖାଦ୍ୟ ପରବର୍ତ୍ତୀ ସମୟରେ କିଛି ରୋଗକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ଅନ୍ୟପକ୍ଷରେ ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ ହେଉ ଅବା ଫ୍ୟାଟ୍ ଜାତୀୟ ଖାଦ୍ୟ ଖାଇବା ଯୋଗୁ ବ୍ରେନ୍ ଷ୍ଟ୍ରୋକ୍ ପରି ଗୁରୁତର ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏଭଳି ସତର୍କ ସୂଚନା ଦେଇଛନ୍ତି ୟୁନିଭର୍ସିଟି ଅଫ୍ ସିଓଲର ବିଶେଷଜ୍ଞମାନେ। ଏଭଳି ଖାଦ୍ୟ ନିୟମିତ ଏବଂ ଆବଶ୍ୟକତାଠାରୁ ଅଧିକ ଖାଇଲେ ତାହା ଶରୀରରେ ଚର୍ବି ପରିମାଣ ବଢ଼ାଇବାରେ ସାହାଯ୍ୟ କରିଥାଏ। ଏଥିଯୋଗୁ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ ଏବଂ ପରବର୍ତ୍ତୀ ସମୟରେ ଷ୍ଟ୍ରୋକ୍ ପରି ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଯୋଗୁ ହୃଦ୍ଜନିତ ସମସ୍ୟାକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସବୁବେଳେ ନିଜର ଖାଦ୍ୟପେୟ ପ୍ରତି ସତର୍କତା ଅବଲମ୍ବନ କରିବା ନିହାତି ଦରକାର ବୋଲି ସେମାନେ ପରାମର୍ଶ ଦେଇଛନ୍ତି।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post