ବାତ ମାରିବାକୁ ‘ଫିଟ୍ସ’ ବୋଲି କହନ୍ତି। ମସ୍ତିଷ୍କର ସ୍ନାୟୁକୋଷମାନ ସଦାସର୍ବଦା ସକ୍ରିୟ। ସେକେଣ୍ଡ ପ୍ରତି ପାଖାପାଖି ୮୦ ଥର ସ୍ନାୟୁ ସଂକେତ ପ୍ରେରଣ କରିବା ମସ୍ତିଷ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରି ନଥାଏ। କିନ୍ତୁ ଯେଉଁମାନଙ୍କଠାରେ ଏପିଲେପ୍ସୀ ଥାଏ, ସେମାନଙ୍କ କ୍ଷେତ୍ରରେ ଏହି ସଙ୍କେତ ପ୍ରେରଣ ସେକେଣ୍ଡ ପ୍ରତି ୮୦ ଥର ସୀମିତ ନ ରହି ହଠାତ୍ ୫୦୦ କିମ୍ବା ତତୋଽଧିକ ସ୍ତରକୁ ଉଠିଯାଏ। ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଅଧାଅଧି ରୋଗୀଙ୍କ କ୍ଷେତ୍ରରେ ବାତ ମାରିବାର କୌଣସି କାରଣ ହଠାତ୍ ଜଣାପଡି ନ ଥାଏ। ଏପିଲେପ୍ସୀ ରହିଥିବା ଦୁଇଟି ପରିବାର ବିବାହ ସମ୍ପର୍କରେ ଜଡ଼ିତ ହୋଇପଡ଼ିଲେ ସନ୍ତାନମାନଙ୍କୁ ଏପିଲେପ୍ସୀ ହେବାର ଆଶଙ୍କା ଅଧିକ। ଗନ୍ଧ ଛାଡ଼ିବାର କିଛି କୁଆଡ଼େ ସୂଚନା ନ ଥାଇ ହଠାତ୍ ଗନ୍ଧ ବାରିବାର ଅନୁଭବ ହେବା, କୌଣସି ସୋର୍ଶବ୍ଦ ନ ଥାଇ ହଠାତ୍ ଶବ୍ଦ ଶୁଣିବାର ଅନୁଭବ ହେବା, ପାଟି ଭିତରେ କିଛି ନ ଥାଇ ଆକସ୍ମିକ ଭାବରେ ସ୍ବାଦ ଅନୁଭବ କରିବା, କୌଣସି ଅସ୍ବସ୍ତି ନ ଥାଇ ପେଟରେ ହଠାତ୍ ଅସ୍ବସ୍ତି ଅନୁଭବ କରିବା, ଆଖି ସାମ୍ନାରେ ହଠାତ୍ ଆଲୁଅ ଚକ୍ମକ୍ କରିବା ଇତ୍ୟାଦି ହେଉଛି ବାତ ମାରିବାର କେତୋଟି ପ୍ରମୁଖ ଲକ୍ଷଣ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post