ବାସି ଖାଦ୍ୟ ଖାଇ ୨୨ ଜଣ ଛାତ୍ରୀ ଅସୁସ୍ଥ । କେନ୍ଦୁଝର ଜିଲ୍ଲା ତେଲକୋଇ ଆଦର୍ଶ ବିଦ୍ୟାଳୟର ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେଲକୋଇ ବ୍ଲକ ଓରିଆ ଠାରେ ଥିବା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ଥିବା ଛାତ୍ରୀମାନେ ବାସି ପଖାଳ ଖାଇବା ପରେ ଅସୁସ୍ଥ ହୋଇଛନ୍ତି । ସମସ୍ତଙ୍କୁ ସାଲାଇନ ଲଗାଯାଇ ଚିକିତ୍ସା କରାଯାଉଛି । ହଷ୍ଟେଲ ୱାଡେନଙ୍କ କହିବା କଥା, ପ୍ରତ୍ୟେକ ଦିନ ସକାଳେ ଛୁଆମାନେ ସୁଜି ଖାଇଥାନ୍ତି । ଆଜି ସୁଜି ନଥିବାରୁ ୨୨ଜଣ ଛାତ୍ରୀ ପଖାଳ ଖାଇଥିଲେ ବୋଲି ବିଦ୍ୟାଳୟର ୱାଡେନ କହିଛନ୍ତି । ତା’ପରେ ସମସ୍ତ ୨୨ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ । କାହାର ପେଟବ୍ୟଥା ତ ଆଉ କାହାର ବାନ୍ତି ହେଉଛି । ଆଉ କେତେଜଣଙ୍କର ମୁଣ୍ଡ ବୁଲାଉଥିବା ଛାତ୍ରୀ ମାନେ ଅଭିଯୋଗ କରିଛନ୍ତି ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ