ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ନିକଟରେ ଏ ନେଇ ଏକ ଗବେଷଣା କରିଥିଲେ। ଏଥିରୁ ବିଶେଷଜ୍ଞମାନେ ଜାଣିବାକୁ ପାଇଥିଲେ ଏଭଳି ଅଭ୍ୟାସର ନକାରାତ୍ମକ ପ୍ରଭାବ ସେମାନଙ୍କ ମସ୍ତିଷ୍କ ଉପରେ ପଡିଥାଏ। ଏହି ଗବେଷଣା ପରିସରଭୁକ୍ତ କେତେକ ବ୍ୟକ୍ତିଙ୍କ ଜୀବନଶୈଳୀକୁ ଅନୁଧ୍ୟାନ କରି ସେମାନେ ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଥିଲେ। ବିଳମ୍ବରେ ଉଠିବା ଏକ ଧାରାରେ ପରିଣତ ହୋଇଗଲେ ଏହାଦ୍ୱାରା ମସ୍ତିଷ୍କରେ ‘ଆମ୍ଲଏଡ୍’ ନାମକ ଏକ ପ୍ରୋଟିନ୍ର ମାତ୍ରା ବୃଦ୍ଧିପାଇଥାଏ। ଭବିଷ୍ୟତରେ ଏହା ଆଲଜିମର୍ସ ପରି ସମସ୍ୟାର କାରଣ ସାଜିପାରେ ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଏହାଦ୍ୱାରା ସ୍ମରଣଶକ୍ତି ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଏଭଳି ଅଭ୍ୟାସକୁ ଯେତେ ସମ୍ଭବ ପରିବର୍ତ୍ତନ କରିବାକୁ ସେମାନେ ପରାମର୍ଶ ଦେଇଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post