ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ନିକଟରେ ଏ ନେଇ ଏକ ଗବେଷଣା କରିଥିଲେ। ଏଥିରୁ ବିଶେଷଜ୍ଞମାନେ ଜାଣିବାକୁ ପାଇଥିଲେ ଏଭଳି ଅଭ୍ୟାସର ନକାରାତ୍ମକ ପ୍ରଭାବ ସେମାନଙ୍କ ମସ୍ତିଷ୍କ ଉପରେ ପଡିଥାଏ। ଏହି ଗବେଷଣା ପରିସରଭୁକ୍ତ କେତେକ ବ୍ୟକ୍ତିଙ୍କ ଜୀବନଶୈଳୀକୁ ଅନୁଧ୍ୟାନ କରି ସେମାନେ ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଥିଲେ। ବିଳମ୍ବରେ ଉଠିବା ଏକ ଧାରାରେ ପରିଣତ ହୋଇଗଲେ ଏହାଦ୍ୱାରା ମସ୍ତିଷ୍କରେ ‘ଆମ୍ଲଏଡ୍’ ନାମକ ଏକ ପ୍ରୋଟିନ୍ର ମାତ୍ରା ବୃଦ୍ଧିପାଇଥାଏ। ଭବିଷ୍ୟତରେ ଏହା ଆଲଜିମର୍ସ ପରି ସମସ୍ୟାର କାରଣ ସାଜିପାରେ ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଏହାଦ୍ୱାରା ସ୍ମରଣଶକ୍ତି ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଏଭଳି ଅଭ୍ୟାସକୁ ଯେତେ ସମ୍ଭବ ପରିବର୍ତ୍ତନ କରିବାକୁ ସେମାନେ ପରାମର୍ଶ ଦେଇଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post