ପିଲାଠୁ ବୁଢ଼ା ସମସ୍ତଙ୍କର ମହୁ ପ୍ରିୟ ଥାଏ। ମହୁର ସ୍ବାଦ କାହାକୁ ବା ଭଲ ନ ଲାଗେ।ଏହାର ସ୍ବାଦ ଯେମିତି, ଗୁଣ ବି ସେମିତି। ଏହାର ଓଷଧୀୟ ଗୁଣ ଆମକୁ ବିଭିନ୍ନ ରୋଗରୁ ରକ୍ଷା କରିବା ସହ ଶରୀରକୁ ସୁସ୍ଥ ଓ ନୀରୋଗ ରଖେ। ଓଜନ କମାଇବାରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ସକାଳେ ଖାଲି ପେଟରେ ଏବଂ ରାତିରେ ଶୋଇବା ପୂର୍ବରୁ ଗୋଟିଏ ଗ୍ଲାସ ଉଷୁମ ପାଣି ସହ ଲେମ୍ବୁ ରସ ଓ ଏକ ଚାମଚ ମହୁ ମିଶାଇ ପିଇଲେ ଓଜନ ହ୍ରାସ ପାଏ। ଏହାର ଆଣ୍ଟି-ଅକ୍ସିଡ଼ାଣ୍ଟ ଗୁଣ ଶରୀରରେ ରକ୍ତ ସଂଚାଳନକୁ ସକ୍ରିୟ ରଖିଥାଏ। ଫଳରେ ହାର୍ଟ-ଆଟାକ୍, ଷ୍ଟ୍ରୋକ୍ ଓ କ୍ୟାନ୍ସର ଭଳି ଭୟଙ୍କର ରୋଗରୁ ଏହା ଆମକୁ ରକ୍ଷା କରିଥାଏ। ଉଚ୍ଚ ରକ୍ତଚାପ ବ୍ୟତୀତ ଶରୀରରେ ଶର୍କରାର ପରିମାଣକୁ ମଧ୍ୟ ସନ୍ତୁଳିତ ରଖେ। ସାଧାରଣତଃ ଡାଇବେଟିସ ଥିବା ଲୋକମାନଙ୍କୁ ମିଠା ଜାତୀୟ ଖାଦ୍ୟ ଖାଇବାକୁ ବାରଣ କରାଯାଇଥାଏ। କିନ୍ତୁ ମହୁ ସେମାନଙ୍କ ପାଇଁ ବେଶ୍ ଉପଯୋଗୀ। ରକ୍ତହୀନତା ସମସ୍ୟା ସହ ଜଡିତ ବ୍ୟକ୍ତିମାନଙ୍କ ପାଇଁ ମହୁ ବେଶ୍ ହିତକର। ଏହାକୁ ସେମାନେ ପ୍ରତିଦିନ ନିଜ ଦୈନନ୍ଦିନ ଖାଦ୍ୟରେ ଖାଇପାରିବେ। ଛୋଟ ପିଲାମାନଙ୍କୁ ମୁଖ୍ୟତଃ ସର୍ଦ୍ଦି, କାଶ ଓ କଫ ବେଶି ହୋଇଥାଏ। ସେମାନଙ୍କ ପାଇଁ ଏହା ବରଦାନ ସଦୃଶ। ଘରୋଇ ଉପଚାର ଭାବେ ମହୁ ସହ କ୍ଷୀର ମିଶାଇ ପିଇବା ଦ୍ୱାରା ସେମାନଙ୍କୁ ଆରାମ ମିଳିଥାଏ। ଆମ ଶରୀରର କୌଣସି ସ୍ଥାନରେ ଯଦି ଘା’ ହୋଇଛି କିମ୍ବା କଟିଯାଇଛି, ତେବେ ସେହି ସ୍ଥାନରେ ମହୁକୁ ଆମେ ଲଗାଇ ପାରିବା।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା