ରାଜ୍ୟରେ କମୁଛି ଶିଶୁ ମୃତ୍ୟୁହାର । ଏସଆରଏସ୍ ରିପୋର୍ଟରୁ ଓଡ଼ିଶାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସଫଳତା ପ୍ରକାଶ ପାଇଛି । ୨୦୦୮ ତୁଳନାରେ ୫୦ ପ୍ରତିଶତ କମିଛି ଶିଶୁ ମୃତ୍ୟୁହାର । ଆଗକୁ ଏହି ସଂଖ୍ୟା ଆହୁରି କମିବା ନେଇ ଆଶା କରାଯାଉଛି । ଉଭୟ ଗର୍ଭବତୀ ମା ଓ ଶିଶୁର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଯୋଗୁ ଏହା ସମ୍ଭବ ହୋଇପାରିଛି । ଏଥିରେ ଟିକାକରଣ ଏକ ବଡ଼ ଭୂମିକା ଗ୍ରହଣ କରିଛି ।ରାଜ୍ୟବାସୀଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ସୁସ୍ଥ ଓଡ଼ିଶା, ସୁଖି ଓଡ଼ିଶାର ଲକ୍ଷ୍ୟ ହାସଲ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଭିଜନ । ଏହାକୁ ମିଶନ ମୋଡରେ କାର୍ଯ୍ୟକ୍ଷମ କରାଯାଉଥିବାରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିପାରିଛି । ୫ ବର୍ଷରୁ କମ୍ ଶିଶୁଙ୍କ ମଧ୍ୟରେ ମୃତ୍ୟୁହାର ହ୍ରାସ କରିବାରେ ଟିକାକରଣର ଉଲ୍ଲେଖନୀୟ ଅବଦାନ ରହିଛି । ମମତା ପରି ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁଙ୍କ ଯତ୍ନ ନେବାରେ ସରକାର ସମସ୍ତ ପଦକ୍ଷେପ ନେଇଛନ୍ତି । ଶିଶୁଙ୍କୁ ଅଣ୍ଡା ଯୋଗାଇ ଦିଆଯାଉଛି । ଘରଘର ବୁଲି ଅଙ୍ଗନୱାଡ଼ି ଓ ଆଶାକର୍ମୀ ଟିକାକରଣ ଯୋଜନାକୁ ସଫଳ କରୁଛନ୍ତି । ଠିକ୍ ସମୟରେ ପୋଲିଓ ଟିକା ଦିଆଯାଉଛି । ତେଣୁ ଆଗାମୀ ଦିନରେ ଶିଶୁ ମୃତ୍ୟୁହାର କମିବ ବୋଲି ଆଶା କରାଯାଉଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post