ରାଜ୍ୟରେ ବିଜେପି ସରକାର ପ୍ରଥମ ଥର ପାଇଁ କ୍ଷମତାକୁ ଆସିବା ବେଳେ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ବର୍ଷ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିବା ବେଳେ ଏବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି । ନିକଟରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ହୋଇଥିବା ବେଳେ ତାହା ପରିବର୍ତ୍ତନ ହୋଇନଥିଲା । ସେହିପରି ଏହା ପୂର୍ବରୁ ଢେଙ୍କାନାଳ ବସଷ୍ଟାଣ୍ଡ ଭିତରେ ରହିଥବବା ପାଖାପାଖି ୨୮ଟି ଲକ୍ଷ୍ମୀ ବସର ରଙ୍ଗ ସବୁଜରୁ ଗେରୁଆକୁ ପରିବର୍ତ୍ତନ ହୋଇଥିବାର ଦେଖାଯାଇଥିଲା ।ତେବେ ଆଗାମୀ ଦିନରେ ରାଜ୍ୟ ସରକାର ଅନେକ ବଡ଼ ନିଷ୍ପତ୍ତି ନେନବାକୁ ଯାଉଛନ୍ତି । ଗତ ୨୨ ତାରିଖଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ରାଜ୍ୟପାଳ ରଘୁବାର ଦାସ ଅଭିଭାଷଣ ପ୍ରଦାନ କରିଥିଲେ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ରାଜ୍ୟରେ ଲାଗୁ କରାଯିବ ଓ ଏହା ରାଜ୍ୟବାସୀଙ୍କୁ ସାର୍ବଜନିନ ସ୍ୱାସ୍ଥ୍ୟସେବା ପ୍ରଦାନ କରିବ । ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ ।ସେହିପରି ରାଜ୍ୟର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପକେନ୍ଦ୍ରର ନାମ ପରିବର୍ତ୍ତନ କରାଯିବ । ଏହାର ନୂଆ ନାମ ‘ଆରୋଗ୍ୟ ମନ୍ଦିର’ ରଖାଯିବ ଆସନ୍ତା ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆମୁକ୍ତ କରାଯିବ ଓ ଗର୍ଭବତୀଙ୍କ ପୁଷ୍ଟିକର ଖାଦ୍ୟ ଆବଶ୍ୟକତାକୁ ପୂରଣ ପାଇଁ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ରେ ୧୦ଟି ଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରାଯିବ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post