ସ୍ୱାସ୍ଥ୍ୟ ସେବାରେ ଆସିବ ଆହୁରି ଉନ୍ନତି । ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେଲା ଆଉ ୧୫୦ ନୂଆ ଆମ୍ବୁଲାନ୍ସ । ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ ନୂଆ ଆମ୍ବୁଲାନ୍ସ । କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି ।ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ୍ରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆମ୍ବୁଲାନ୍ସ ଉତ୍ସର୍ଗୀକୃତ ସମାରୋହ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୧୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି । ୧୧୧ କୋଟି ବ୍ୟୟରେ ୪୨୮ ଆମ୍ବୁଲାନ୍ସ ରାଜ୍ୟ ସ୍ୱାସ୍ଥ୍ୟ ସେବାକୁ ଉତ୍ସର୍ଗ କରାଯିବ । ପ୍ରଥମ ପର୍ଯ୍ୟାୟରେ ୧୫୦ଟି ଆମ୍ବୁଲାନ୍ସର ଲୋକାର୍ପଣ କରାଯାଇଛି । ଆଗକୁ ବାକି ସବୁ ଆମ୍ବୁଲାନ୍ସକୁ ଲୋକାର୍ପିତ କରାଯିବ । ରାଜ୍ୟରେ ଆମ୍ବୁଲାନ୍ସ ସେବା ଯୋଗାଉଥିବା ସଂସ୍ଥା ପାଖରେ ଏବେ ୮୬୦ଟି ୧୦୮ ଆମ୍ବୁଲାନ୍ସ, ୫୦୦ ଜନନୀ ଏକ୍ସପ୍ରେସ୍ ଓ ୬ଟି ବୋଟ୍ ଆମ୍ବୁଲାନ୍ସ ରହିଛି। ରାଜ୍ୟରେ ଅଚଳ ଥିବା ୧୦୮ ଆମ୍ବୁଲାନ୍ସଗୁଡ଼ିକ ପରିବର୍ତ୍ତନ କରାଯାଇଛି I ସେହି ସ୍ଥାନରେ ନୂଆ ଆମ୍ବୁଲାନ୍ସ ସାମିଲ କରାଯାଇଛି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post