ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍, ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ଏମବିବିଏସ୍ କଲେଜ୍ ପ୍ରତିଷ୍ଠା ହେବ। ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ୪ଟି ଡେଣ୍ଟାଲ୍ କଲେଜ ହେବ। ଏବଂ ମୟୁରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ୍ କରାଯିବ। ଏ ନେଇ ବଜେଟ୍ ଅନୁମୋଦନ ମିଳିଥିବା ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ।