ବରଗଡ: ପଶ୍ଚିମ ଓଡ଼ିଶାର ସ୍ବାସ୍ଥ୍ୟସେବା ନୂଆ ଅଧ୍ୟାୟ । ଆଜି ଲୋକାର୍ପିତ ହେବ ବରଗଡ଼ କ୍ୟାନସର ହସପିଟାଲ । ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୫ ମହଲା ବିଶିଷ୍ଟ ଏକ ବିରାଟ କ୍ୟାନ୍ସର ହସ୍ପିଟାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ । ସେହିଭଳି ୨୨ କୋଟି ୭୮ ଲକ୍ଷ ଟଙ୍କା ବିନିମୟରେ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ୩୪୨ କୋଟି ୬୯ ଲକ୍ଷ ୬୩ ହଜାର ଟଙ୍କା ବ୍ୟୟରେ ୫୯ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସହ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ମସିହାରେ ସୋହେଲା ଠାରେ ଆୟୋଜିତ ଏକ ସଭାରେ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ଆଜି ବାସ୍ତବରୂପ ନେବାକୁ ଯାଉଛି । କ୍ୟାନସର ହସପିଟାଲରେ ରହିଛି ୧୦୦ ଶଯ୍ୟା । ଇନଡୋର ୱାର୍ଡ ପାଇଁ ୪୦ ଶଯ୍ୟା, ଡେ- କେୟାର କେମୋଥେରାପି ପାଇଁ ୨୦ ଶଯ୍ୟା , ଆଇସିୟୁ ପାଇଁ ୬ ଶଯ୍ୟା, ହାଇ ଡିପେନ୍ଡେସି ଇଉନିଟ୍ ପାଇଁ ୬ ଶଯ୍ୟା, ପ୍ରି-ସର୍ଜରୀ ପାଇଁ ୬ ଟି, ପୋଷ୍ଟ୍ ସର୍ଜରୀ ପାଇଁ ୬ଟି ଶଯ୍ୟା । ସେହିପରି ଆଇସୋଲେସନ୍ ଶଯ୍ୟା ୪ ଟି ଥିବାବେଳେ ୧୨ ଟି କ୍ୟାବିନ୍ ବ୍ୟବସ୍ଥା କରାଯାଇଛି। ରେଡିଏନ୍ସ ଅଙ୍କୋଲୋଜିଷ୍ଟ, ମେଡିକାଲ ଅଙ୍କୋଲୋଜିଷ୍ଟ, ପାଲୋଜିଷ୍ଟ, ସର୍ଜରୀ ସ୍ପେସିଆଲିଷ୍ଟ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, କର୍ଣ୍ଣ-ନାଶା-ଗଳା ବିଶେଷଜ୍ଞ, ଦାନ୍ତ ରୋଗ ବିଶେଷଜ୍ଞ, ମେଡିସିନ ସ୍ପେସିଆଲିଷ୍ଟ, ରେଡିଏଂଶ ଟେକ୍ନୋଲୋଜିଷ୍ଟ , ଫାର୍ମାସିଷ୍ଟ, ଲ୍ୟାବ ଟେକ୍ନିସିଆନ ଓ ନର୍ସିଂ ଅଫିସରର ଆଦି ନିଯୁକ୍ତି ପାଇସାରିଛନ୍ତି ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post
Next Post