ରାଜ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୫୬କୁ ବୃଦ୍ଧି

ରାଜ୍ୟରେ ସୋମବାର ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଜନସ୍ଵାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି। ୨୦ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି। ତେବେ ଆଗକୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ରହିଛି। ତେଣୁ ଜନସାଧାରଣ ସତର୍କ ରହିବାକୁ କୁହାଯାଇଛି।

Leave a comment