ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ସୋନପୁରରେ DHHର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି। ମନ୍ତ୍ରୀ ତାଙ୍କ ଏରିଆକୁ ଭଲ ଡାକ୍ତର ବଦଳି କରି ନେଇଯାଉଛନ୍ତି। ଯେଉଁ କାରଣରୁ ଅନେକ ରୋଗୀ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି ।ଏହାର ଜବାବରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଥିଲେ, ବିଜେଡି ସରକାର ୨୪ ବର୍ଷ ଧରି କ୍ଷମତାରେ ଥିବାବେଳେ ବିଜେପି ଏବେ ଉତ୍ତରାଧିକାରୀ ସୂତ୍ରରେ ସବୁ ସମସ୍ୟା ପାଇଛି। ପୂର୍ବ ସରକାରରେ ନିରଞ୍ଜନ ପୂଜାରୀ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ଥିଲେ। ରାଜ୍ୟରେ ମୋହନ ସରକାର ଆସିବାକୁ ମାତ୍ର ଦେଢ଼ ବର୍ଷ ହୋଇଛି । ଆଉ ଦେଢ଼ ବର୍ଷ ଭିତରେ ସ୍ପେସିଆଲିଷ୍ଟ ଡାକ୍ତର ତିଆରି ହୋଇପାରିବେ ନାହିଁ। ଏହାସତ୍ତ୍ୱେ ବର୍ତ୍ତମାନ ସୁଦ୍ଧା ୫ ହଜାର ୧୯୫ ମେଡିକାଲ୍ ଅଫିସର ଓ ପାରା ମେଡିକାଲ ଷ୍ଟାଫ ନିଯୁକ୍ତ ହୋଇଛନ୍ତି । କିନ୍ତୁ ସ୍ପେସିଆଲିଷ୍ଟ ଡାକ୍ତର ଅଭାବ ରହିଛି, ଆଗାମୀ ଦିନରେ ପଦବୀ ପୂରଣ କରାଯିବ ବୋଲି କହିବା ସହିତ ବିଜେଡି ବିଧାୟକଙ୍କୁ ଜବାବ ଦେଇଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ