ଆଜି ବିଶ୍ବ ମଧୁମେହ ଦିବସ

ଭୁବନେଶ୍ବର: ଆଜି ବିଶ୍ବ ମଧୁମେହ ଦିବସ । ବିଶ୍ବର ପ୍ରାୟ ୪୦ କୋଟି ଲୋକ ମଧୁମେହରେ ପୀଡିତ ଥିବାବେଳେ ଏହି ଦିବସ ସଚେତନତା ଲାଗି ବାର୍ତ୍ତା ଦେଇଛି । ଉଚ୍ଚ ରକ୍ତ ଶର୍କରା କାରଣରୁ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ । ସଚେତନ ନହେଲେ ଦୃଷ୍ଟିହୀନତା, ଅଙ୍ଗଛେଦନ, ହୃଦଘାତ, କିଡନୀ ରୋଗ ଆଦିର ଶିକାର ହେବାକୁ ପଡିଥାଏ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ କେବଳ ମଧୁମେହରେ ୨୦୧୬ ରେ ପ୍ରାଣ ହରାଇଥିଲେ ୧୬ ଲକ୍ଷ ଲୋକ । ଏହାର ପ୍ରଭାବ ଏପରି ଯେ ଆସନ୍ତା ୨୦୨୪ ବେଳକୁ ବିଶ୍ବର ପ୍ରାୟ ୬୩ କୋଟି ଲୋକ ମଧୁମେହରେ ପୀଡିତ ହେବେ । ଚିନିର ବ୍ୟବହାର କମ କରିବା, ନିୟମିତ କାମ କରିବା, ଯଥେଷ୍ଟ ପାନୀୟ ଜଳ ପିଇବା, ଶରୀର ଓଜନ ଯାଞ୍ଚ କରିବା, ଧୂମପାନ ତ୍ୟାଗ କରିବା, ଭିଟାମିନ-ଡି ସ୍ତର ସଠିକ୍ ରଖିବା, ଭିଟାମିନଯୁକ୍ତ ଶାଗ ସମେତ ଅନ୍ୟାନ୍ୟ ସବୁଜ ପରିବା ଖାଇବା ଦ୍ବାରା ମଧୁମେହକୁ ନିୟନ୍ତ୍ରଣ କରାଯାଇଥାଏ । ୧୯୫୦ରେ ଆମଷ୍ଟରଡ୍ୟାମରେ ଆନ୍ତର୍ଜାତିକ ମଧୁମେହ ମହାସଙ୍ଘ ବା ଆଇଡିଏଫ ପ୍ରତିଷ୍ଠା ହୋଇଥିଲା ।