ଆଜି ବିଶ୍ୱ ହୃଦୟ ଦିବସ । ହୃଦରୋଗର ପ୍ରତିଷେଧ ଓ ନିରାକରଣ ସଂପର୍କରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତିବର୍ଷ ଆଜିର ଦିନକୁ ବିଶ୍ୱ ହୃଦୟ ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍ ରହିଛି ‘ୟୁଜ୍ ହାର୍ଟ, ନୋ ହାର୍ଟ’ । ସାଧାରଣ ଲୋକଙ୍କୁ ହୃତପିଣ୍ଡ ସ୍ୱାସ୍ଥ୍ୟ ବାବଦରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ ହେଉଛି । ମଣିଷ ଶରୀରର ହାର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ପୂରା ଶରୀରକୁ ଶକ୍ତି ଯୋଗାଏ। ହାର୍ଟ ସୁସ୍ଥ ରହିଲେ ବ୍ୟକ୍ତି ସୁସ୍ଥ ରହିଥାଏ । ତେଣୁ ଏହାର ଯତ୍ନ ନେବା ମଧ୍ୟ ଆବଶ୍ୟକ। ତେବେ ଉଚିତ ଖାଦ୍ୟ, ପାନୀୟ ଗ୍ରହଣ କଲେ, ବ୍ୟାୟାମ କଲେ, ଧୂମପାନ ବର୍ଜନ କଲେ ହାର୍ଟ ସୁସ୍ଥ ରହିଥାଏ । ନହେଲେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଇଥାଏ । ଏହି ସମସ୍ୟା ଭିତରୁ ହୃଦଘାତ ଗୋଟିଏ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହ ମିଶି ୱାର୍ଲଡ ହାର୍ଟ ଫେଡେରେସନ ଏହି ଦିବସ ପାଳନ କରିବାକୁ ୧୯୯୯ରେ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ଏହା ସେପ୍ଟେମ୍ବର ମାସ ଶେଷ ରବିବାର ପାଳିତ ହେଉଥିଲା। ପ୍ରଥମ ଥର ୨୦୨୦ ସେପ୍ଟେମ୍ବର ୨୪ରେ ପାଳିତ ହୋଇଥିଲା। କିନ୍ତୁ ୨୦୧୧ରୁ ଏହା ସେପ୍ଟେମ୍ବର ୨୯ରେ ପାଳିତ ହୋଇ ଆସୁଛି।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post