ଅମୃତଭଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ତେବେ ଏହାର ଭଲ ଗୁଣ ତାଲିକାରେ ଆଉ ଏକ କଥାକୁ ନିକଟରେ ଯୋଡ଼ାଯାଇଛି। ଏହାକୁ ଖାଇବା ଦ୍ୱାରା ହାର୍ଟ ବା ହୃତ୍ପିଣ୍ଡ ସୁସ୍ଥ ରହିବା ସହ ଠିକ୍ ଭାବରେ କାର୍ଯ୍ୟ କରିଥାଏ। ବର୍ତ୍ତମାନ ମେଦବହୁଳତା ବା ଓଜନ ବୃଦ୍ଧି ଏକ ସାଧାରଣ ସମସ୍ୟାରେ ପରିଣତ ହୋଇଗଲାଣି। ଅମୃତଭଣ୍ଡାରେ ପପେନ୍ ନାମକ ତତ୍ତ୍ୱ ରହିଛି, ଯାହା ଓଜନକୁ ନିୟନ୍ତ୍ରଣରେ ରଖିବାରେ ସାହାଯ୍ୟ କରିଥାଏ। ଏତଦ୍ବ୍ୟତୀତ ଏଥିରେ ଜଳୀୟ ଅଂଶ ମଧ୍ୟ ଭରି ରହିଛି। ସବୁଠାରୁ ଖାସ୍ କଥା ହେଲା, ସବୁବେଳେ ଅମୃତଭଣ୍ଡା ଖାଇଲେ ତାହାର ସୁପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଏଥିରେ ମଧ୍ୟ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି ଯେ ଏହା କୋଷ (ସେଲ୍)କୁ କ୍ୟାନ୍ସରଠାରୁ କେତେକାଂଶରେ ଦୂରେଇ ରଖିଥାଏ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post