କିଡ୍ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ମିଳି ନ ଥାଏ। ଦୁଇଟିଯାକ କିଡ୍ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍’ ବା ଏଆର୍ଏଫ୍। କିଡ୍ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ା ବାନ୍ତି ଯୋଗୁ ଡିହାଇଡ୍ରେସନ୍ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ଅଂଶୁଘାତ ହେବା, ବିଷାକ୍ତ ସାପ କାମୁଡ଼ିବା, ବିଷ ଖାଇବା ଇତ୍ୟାଦି କାରଣରୁ ଆକ୍ୟୁଟ୍ କିଡ୍ନୀ ଅକ୍ଷମତା ପ୍ରକାଶପାଏ। ପରିସ୍ରାର ପରିମାଣ କମିଯିବା, ଅଇ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଳିଆ ଲାଗିବା, ଶ୍ୱାସକ୍ରିୟାରେ କଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଅନ୍ୟପକ୍ଷରେ ରକ୍ତଚାପ ବଢ଼ି ଦୀର୍ଘଦିନ ଧରି ଅନିୟନ୍ତ୍ରିତ ଅବସ୍ଥାରେ ରହିଲେ, ଡାଇବେଟିସ୍ ନିୟନ୍ତ୍ରଣରେ ନ ଥିଲେ ଯନ୍ତ୍ରଣା କମେଇବା ପାଇଁ ମୁଠା ମୁଠା ପେନ୍କିଲର୍ ଓଷଧ ଖାଇଲେ ପୁରୁଷମାନଙ୍କଠାରେ ଏହାର ପ୍ରଭାବ ପଡ଼େ। ଏପରି ଅବସ୍ଥାକୁ କୁହାଯାଏ
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post