କିସ୍ମିସ୍ରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଅଧିକାଂଶ ଲୋକ ଅତ୍ୟଧିକ ଖାଦ୍ୟ ଖାଇଦେଇଥିବାରୁ ତାହା ଠିକ୍ ଭାବେ ହଜମ ହୁଏନା। ପରବର୍ତ୍ତୀ ସମୟରେ ଏହା କୋଷ୍ଠକାଠିନ୍ୟ ବା କନଷ୍ଟିପେଷ୍ଟନ୍ର ରୂପ ମଧ୍ୟ ନିଏ। ତେଣୁ ପ୍ରତିଦିନ କିସ୍ମିସ୍ ଖାଇବା ଦ୍ୱାରା ଏଥିରୁ କିଛି ମାତ୍ରାରେ ଉପଶମ ମିଳିଥାଏ। କିସ୍ମିସ୍ ହେଉଛି କମ୍ କ୍ୟାଲୋରୀ ଯୁକ୍ତ। ତେଣୁ ଏହାକୁ ଖାଇଲେ ମେଦବହୁଳତା ସମସ୍ୟା ସହ ଓଜନ କମାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ଏଥିରେ ମଧ୍ୟ ଅଧିକ ପରିମାଣର ଫାଇବର୍ ରହିଛି। ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ, ଏହାକୁ ଖାଇଲେ ରକ୍ତରେ ଶର୍କରା ବା ସୁଗାର ପରିମାଣ କେତେକାଂଶରେ ସନ୍ତୁଳିତ ରହିଥାଏ। ଏହାର ଆଣ୍ଟି-ଅକ୍ସିଡ଼ାଣ୍ଟ୍ ଗୁଣ ମଧ୍ୟ ରହିଛି। କିସ୍ମିସ୍କୁ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ପ୍ରଖର କରିଥାଏ। ଏଥିରେ ପଲିଫେନୋଲ୍ ନାମକ ଏକ ପିଗ୍ମେଣ୍ଟ୍ ରହିଛି, ଯାହା ଆଖି ତଳ ଭାଗରେ କଳା ଦାଗ ହେବାରୁ ରକ୍ଷା କରେ। କିସ୍ମିସ୍ ଖାଇବା ଦ୍ୱାରା ରକ୍ତରେ ଲୋହିତ ରକ୍ତ କଣିକା ସୃଷ୍ଟି ହୋଇଥାଏ। ଏହାକୁ ଖାଇଲେ ତାହା ସୁନିଦ୍ରାରେ ମଧ୍ୟ ସାହାଯ୍ୟ କରିଥାଏ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post