ଶୀତଦିନେ ତ୍ୱଚା ଅଥବା ଚର୍ମ ଜନିତ ଅନେକ ସମସ୍ୟା ଦେଖାଯାଏ । ବିଶେଷ କରି ଶୁଷ୍କପଣ ସଭିଁଙ୍କ ପାଇଁ ଏକ ମୁଖ୍ୟ ସମସ୍ୟା ପାଲଟିଥାଏ । ଏଥିପାଇଁ ସଭିଏଁ ବିଭିନ୍ନ ଜିନିଷର ବ୍ୟବହାର ମଧ୍ୟ କରିଥାଆନ୍ତି । ଏହି ଦିନରେ ତ୍ବଚାର ବିଶେଷ ଯତ୍ନ ନେବାକୁ ପଡିଥାଏ। ଓଠ ଫାଟିବା, ଗୋଡ ଫାଟିବା, ମୁହଁର ସୌନ୍ଦର୍ଯ୍ୟ ଯେପରି ହ୍ରାସ ପାଇବା ଭଳି ଜଣାଯାଏ। ତେଣୁ ଏହିଦିନେ କିଛି ସ୍ୱତନ୍ତ୍ର ଦିଗ ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଆବଶ୍ୟକ।
ତ୍ୱଚା ପାଇଁ ଖିର ସର ଆଶୀର୍ବାଦ ଅଟେ। ଏଥିରେ ଥିବା ପୋଷକ ତତ୍ତ୍ୱ ଆମ ମୁହଁର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିଥାଏ। ମୁହଁର ବିଭିନ୍ନ ସମସ୍ୟାକୁ ମଧ୍ୟ ଦୂର କରିଥାଏ।ଯଦି ଆପଣଙ୍କ ତ୍ୱଚାର ଚମକ ହ୍ରାସ ପାଇଯିବା ଭଳି ଅନୁଭବ ହେଉଛି ତେବେ ସରରେ କିଛି ମହୁ ମିଶାଇ ଲଗାନ୍ତୁ। ଏପରି କରିବା ଦ୍ୱାରା ନିଜେ ଏହାର ଚମତ୍କାରିତା ଅନୁଭବ କରିବେ। ଏହାକୁ ନିୟମିତ ମୁହଁରେ ଲଗାଇଲେ ବହୁ ଦାମୀ କ୍ରିମ ତୁଳନାରେ ଏହା ତ୍ୱଚାର ଚମକକୁ ଖୁବ ଶୀଘ୍ର ବୃଦ୍ଧି କରିଥାଏ।ଖିର ସରକୁ ନିୟମିତ ମୁହଁରେ ଲଗାଇଲେ ତ୍ୱଚାର ରଙ୍ଗ ମଧ୍ୟ ଗୋରା ହୋଇଥାଏ।ବହୁ ଯୁବତୀ ଓ ମହିଳା ମୁହଁରେ ଥିବା ବିଭିନ୍ନ ପ୍ରକାରର ଦାଗ ଓ କଳା ଦାଗ ପାଇଁ ଚିନ୍ତିତ ରହିଥାଆନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ସରରେ ଅଳ୍ପ ଲେମ୍ବୁ ରସ ମିଶାଇ ଏହାକୁ ମୁହଁରେ ଲଗାଇ କିଛି ସମୟ ରଖି ଧୋଇ ଦିଅନ୍ତୁ।ନିୟମିତ କିଛି ପରିମାଣରେ ଖିର ସରକୁ ମୁହଁରେ ଲଗାଇ ମାଲିସ କରନ୍ତୁ। ଏଭଳି କରିବା ଦ୍ୱାରା ମୁହଁ ଉଜ୍ୱଳ ହେବା ସହ ତ୍ୱଚାରରେ ଥିବା ଦୂଷିତ ପଦାର୍ଥ ବାହାରି ଯାଇଥାଏ।ଶୀତଦିନେ ମୁହଁ ଓ ଶରୀରକୁ ନଡିଆତେଲରେ ଭଲରେ ମାଲିସ କରନ୍ତୁ। ଏହା ଦ୍ୱାରା ତ୍ୱଚା କୋମଳ ହେବା ସହ ଫାଟିନଥାଏ।ଶୀତଦିନେ ସକାଳ ସମୟରେ ଖରାରେ ନିଶ୍ଚୟ ବସନ୍ତୁ। ଏହାପୂର୍ବରୁ ସନ କ୍ରିମ ନିଶ୍ଚୟ ଲଗାନ୍ତୁ।ଶୀତଦିନେ ଅଲିଭ ଅଏଲରେ ନିଶ୍ଚୟ ଶରୀରକୁ ମାଲିସ କରନ୍ତୁ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Prev Post
Next Post