ଓଏସଏସସି ପକ୍ଷରୁ ବର୍ତ୍ତମାନ ସମୟରେ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ସେସବୁର ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଗତ ମାସ ୨୬ ତାରିଖରେ ଓଏସଏସସି ପକ୍ଷରୁ ମିଳିତ ସ୍ନାତକ ସ୍ତରୀୟ (ସିଜିଏଲ) ଗ୍ରୁପ-ବି ଓ ଗ୍ରୁପ-ସି ସ୍ପେଶାଲିଷ୍ଟ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ତେବେ ଉକ୍ତ ନିଯୁକ୍ତି ପାଇଁ ଆଜିଠାରୁ ଅନଲାଇନ୍ ପ୍ରକ୍ରିୟା ଆରମ୍ଭ ହୋଇଛି ।ଜାନୁଆରୀ ମାସ ୩ ତାରିଖରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଫେବୃଆରୀ ମାସ ୨ରେ ସମାପ୍ତ ହେବାର ଥିଲା । ମାତ୍ର ପରବର୍ତ୍ତୀ ସମୟରେ ଏହି ତାରିଖ ପରିବର୍ତ୍ତନ କରାଯାଇଥିଲା । ଜାନୁଆରୀ ୧୦ରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଫେବୃଆରୀ ୯ରେ ଶେଷ ହେବ । ଏଥିସହିତ ଫେବୃଆରୀ ୧୨ ସୁଦ୍ଧା ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିଶନ ଓ ଫେବୃଆରୀ ୧୪ ସୁଦ୍ଧା ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିବାକୁ ପଡ଼ିବ ବୋଲି ଓଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା ।ମୋଟ ୮୩ଟି ପଦ ଖାଲି ରହିଥିବା ବେଳେ ପ୍ରାର୍ଥୀଙ୍କୁ ଇନ୍ସପେକ୍ଟର ଅଫ୍ ଲେଗାଲ ମେଟ୍ରୋଲୋଜି, ଜୁନିୟର କେମିଷ୍ଟ, ସିନିୟର ଲାବୋରେଟୋରୀ ଆସିଷ୍ଟାଣ୍ଟ, ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ, ମାର୍କେଟ ଇଣ୍ଟେଲିଜେନ୍ସ ଇନ୍ସପେକ୍ଟର, କମ୍ପ୍ୟୁଟର ପ୍ରୋଗ୍ରାମର ଆଦି ପଦରେ ନିଯୁକ୍ତି ଦିଆଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post