ଇଣ୍ଡିଆନ୍ ବ୍ୟାଙ୍କ ପକ୍ଷରୁ ୩୦୦ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଲୋକାଲ ବ୍ୟାଙ୍କ ଅଫିସର ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଅଗଷ୍ଟ ୧୩ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସେପ୍ଟେମ୍ବର ୨ରେ ତାହା ସମାପ୍ତ ହେବ । ଚଳିତ ବର୍ଷ ଜୁଲାଇ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୦ରୁ ୩୦ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ ।ତାମିଲନାଡ଼ୁ / ପୁଡୁଚେରୀ ପାଇଁ ତାମିଲ ଭାଷା ଜାଣିଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏହି ରାଜ୍ୟରେ ମୋଟ ୧୬୦ଟି ପଦ ଖାଲି ରହିଛି । କର୍ଣ୍ଣାଟକ ପାଇଁ ୩୫ଟି ପଦ, ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ପାଇଁ ୫୦ଟି ପଦ, ମହାରାଷ୍ଟ୍ର ପାଇଁ ୪୦ଟି ପଦ ଓ ଗୁଜରାଟ ପାଇଁ ୧୫ଟି ପଦ ଖାଲି ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ