ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ହଜାର ପଦ ପୂରଣ ହେବ । ଏଥିପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ ଗତ ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବା ନେଇ ପ୍ରଥମେ ବିଜ୍ଞପ୍ତି ଜାରି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ ବ୍ୟାଙ୍କ ପକ୍ଷରୁ ଦୁଇଟି କରିଜେଣ୍ଡମ୍ ଜାରି କରାଯାଇଥିଲା । ପ୍ରଥମେ ଆବେଦନ ଅବଧି ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ପରବର୍ତ୍ତୀ ସମୟରେ ଆପ୍ଲିକେସନ ୱିଣ୍ଡୋ ପୁନଃ ଖୋଲାଯିବା ସହିତ ଜୁନ ୬ରୁ ୧୭ ପର୍ଯ୍ୟନ୍ତ ଆବେଦନ କରାଯାଇଥିଲା ।ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଲିଙ୍କକୁ ଯାଇ ଜୁନ୍ ୧୭ ତାରିଖ ସୁଦ୍ଧା ଆବେଦନ କରିପାରିବେ । ସ୍ନାତକ ପାସ୍ କରିଥିବା ପ୍ରାର୍ଥୀମାନଙ୍କୁ ଆପ୍ରେଣ୍ଟିସ୍ ଭାବେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀ ୧୯୯୬ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୦୪ ମସିହା ମାର୍ଚ୍ଚ ମାସ ୩୧ ତାରିଖ ମଧ୍ୟରେ ଜନ୍ମ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ଅନଲାଇନ୍ ଲିଖିତ ପରୀକ୍ଷା (ଅବଜେକ୍ଟିଭ୍ ଟାଇପ) ମାଧ୍ୟମରେ ପ୍ରାର୍ଥୀଙ୍କୁ ଚୟନ କରାଯିବ । ଏଥିସହିତ ପ୍ରାର୍ଥୀଙ୍କର ସ୍ଥାନୀୟ ଭାଷାରେ ଦକ୍ଷତା ରହିଥିବା ଆବଶ୍ୟକ । ରୁରାଲ / ସେମି- ଅର୍ବାନ ବ୍ରାଞ୍ଚରେ ପ୍ରାର୍ଥୀଙ୍କୁ ୧୫ ହଜାର ଟଙ୍କା ଷ୍ଟାଇପେଣ୍ଡ ଆକାରରେ ଦିଆଯିବ । ସେହିପରି ଅର୍ବାନ ଶାଖାରେ ଓ ମେଟ୍ରୋ ଶାଖାରେ ମଧ୍ୟ ୧୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post