ସରକାରୀ ହୋମିଓପାଥିକ ମେଡିକାଲ କଲେଜମାନଙ୍କରେ ବିଭିନ୍ନ ବିଭାଗରେ ଅଧ୍ୟାପକ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଖବର । ଏହି ପଦ ପାଇଁ ଲିଖିତ ପରୀକ୍ଷା ତାରିଖ ଘୋଷଣା କରିଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) । ଜୁଲାଇ ୧୪ ତାରିଖ (ରବିବାର) ଦିନ ଏହି ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୯ରୁ ୧୦.୩୦ ପର୍ଯ୍ୟନ୍ତ ପେପର-୧ ଓ ମଧ୍ୟାହ୍ନ ୧୨ରୁ ୧.୩୦ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ । କଟକ ଜୋନରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷାର ସବିଶେଷ ବିବରଣୀ ଓ ପରୀକ୍ଷା କେନ୍ଦ୍ର ବାବଦରେ ପରବର୍ତ୍ତୀ ସମୟରେ ସୂଚନା ଜାରି କରାଯିବ । ତେଣୁ ନିୟମିତ ଭାବେ ଅଫିସିଆଲ ୱେବସାଇଟ୍ ଚେକ୍ କରିବାକୁ ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post