ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇସାରିଥିବା ବେଳେ ତାହା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ ପ୍ରାର୍ଥୀଙ୍କୁ ମହଙ୍ଗା ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରାଯିବ ।ମୋଟ ୨୩ଟି ପଦ ଖାଲି ରହିଥିବା ବେଳେ ଅଣସଂରକ୍ଷିତଙ୍କ ପାଇଁ ୧୨ଟି, ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୩ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୫ଟି ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗଙ୍କ ପାଇଁ ୩ଟି ପଦ ସଂରକ୍ଷିତ ରହିଛି । ୨୦୨୪ ମସିହା ଫେବୃଆରୀ ମାସ ୨୯ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୨ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ ।ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ପ୍ରାର୍ଥୀଙ୍କୁ ଆବେଦନ ବାବଦକୁ ଅଣଫେରସ୍ତଯୋଗ୍ୟ ୫୦୦ ଟଙ୍କା ଫିସ୍ ଜମା କରିବାକୁ ପଡ଼ିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷ, କମ୍ପ୍ୟୁଟର ଟେଷ୍ଟ ଓ ସାକ୍ଷାତକାର ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ପ୍ରିଲିମିନାରୀରେ ୧୫୦ ମାର୍କର ଓ ମୁଖ୍ୟ ପରୀକ୍ଷାରେ ୩୦୦ ମାର୍କର ପରୀକ୍ଷା କରାଯିବ ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
Prev Post
Next Post