ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇସାରିଥିବା ବେଳେ ତାହା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ ପ୍ରାର୍ଥୀଙ୍କୁ ମହଙ୍ଗା ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରାଯିବ ।ମୋଟ ୨୩ଟି ପଦ ଖାଲି ରହିଥିବା ବେଳେ ଅଣସଂରକ୍ଷିତଙ୍କ ପାଇଁ ୧୨ଟି, ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୩ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୫ଟି ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗଙ୍କ ପାଇଁ ୩ଟି ପଦ ସଂରକ୍ଷିତ ରହିଛି । ୨୦୨୪ ମସିହା ଫେବୃଆରୀ ମାସ ୨୯ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୨ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ ।ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ପ୍ରାର୍ଥୀଙ୍କୁ ଆବେଦନ ବାବଦକୁ ଅଣଫେରସ୍ତଯୋଗ୍ୟ ୫୦୦ ଟଙ୍କା ଫିସ୍ ଜମା କରିବାକୁ ପଡ଼ିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷ, କମ୍ପ୍ୟୁଟର ଟେଷ୍ଟ ଓ ସାକ୍ଷାତକାର ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ପ୍ରିଲିମିନାରୀରେ ୧୫୦ ମାର୍କର ଓ ମୁଖ୍ୟ ପରୀକ୍ଷାରେ ୩୦୦ ମାର୍କର ପରୀକ୍ଷା କରାଯିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post