ଭୁବନେଶ୍ବର: ଇନ୍ଫୋସିସର ନୂତନ ବିଜନେସ୍ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର୍ (ବିପିଏମ୍) ଶାଖା ଆଜି ଭୁବନେଶ୍ବର ପଟିଆସ୍ଥିତ ଇନ୍ଫୋସିସ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ବିଗତ ଦୁଇ ଦଶନ୍ଧିଧରି ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଦୃଢ଼ ଏବଂ ସ୍ଥିର ଗତିରେ ବିକାଶ କରିଚାଲିଛି । ଏହାଦ୍ବାରା ରାଜ୍ୟର ଏକପ୍ରକାର କାୟାକଳ୍ପ ଘଟିବା ସହ ନବସୃଜନ ଓ ଅଭିନବ ଉଦ୍ୟମିତା ନୀତି ଜରିଆରେ ଗଭୀର ଆତ୍ମବିଶ୍ବାସର ଏକ ନୂଆ ପରିଭାଷା ସୃଷ୍ଟି ହୋଇପାରିଛି । ବିଗତ ଅଢ଼େଇ ଦଶନ୍ଧିରୁ ଅଧିକ ସମୟ ଧରି ଏହି ପ୍ରମୁଖ ଆଇ.ଟି. ସେବା ପ୍ରଦାନକାରୀ ସଂସ୍ଥାର ରାଜ୍ୟର ବିକାଶ, ରାଜସ୍ବ ବୃଦ୍ଧି ତଥା ନିଯୁକ୍ତି କ୍ଷେତ୍ରରେ ବହୁ ଉଲ୍ଲେଖନୀୟ ଅବଦାନ ରହିଛି । ଏହି ଅବସରରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ଫାଇବ୍-ଟି (5 T) ସଚିବ ଭି.କେ ପାଣ୍ଡିଆନ, ଇଲେକଟ୍ରୋନିକ୍ସ ତଥା ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର, ସ୍ବତନ୍ତ୍ର ସଚିବମାନସ ରଞ୍ଜନ ପଣ୍ଡା ଏବଂ ଅତିରିକ୍ତ ଶାସନ ସଚିବ ମନୋଜ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post