ଓଡ଼ିଶା ଷ୍ଟାଫ ସିଲେକ୍ସନ ଆୟୋଗ (ଓଏସଏସସି) ପକ୍ଷରୁ ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ବଢ଼ିଆ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ-ବି ଓ ଗ୍ରୁପ-ସି’ର ବିଭିନ୍ନ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ବୁଣାକାର ସୁପରଭାଇଜର, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ, ବୈଷୟିକ ସହାୟକ, ଅମିନ ପାଇଁ ଅନେକ ପଦ ଖାଲି ରହିଛି । ଇଚ୍ଛୁକ ପ୍ରାର୍ଥୀମାନେ ନୋଟିଫିକେସନକୁ ପଢ଼ିବା ପରେ ଅନଲାଇନରେ ଆବେଦନ କରିପାରିବେ ।ଜୁନ ମାସ ୨୬ ତାରିଖରୁ ଆସନ୍ତ ଜୁଲାଇ ମାସ ୨୪ ତାରିଖ ମଧ୍ୟରେ ପ୍ରାର୍ଥୀଙ୍କୁ ଆବେଦନ କରିବାକୁ ପଡ଼ିବ । ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୦-୨୧ ବର୍ଷ ଓ ସର୍ବାଧିକ ବୟସ ୩୮ ବର୍ଷ ହୋଇଥିବା ଆବଶ୍ୟକ । ବିଭିନ୍ନ ପଦ ପାଇଁ ବୟସ ଯୋଗ୍ୟତା ଅଲଗା ଅଲଗା ରହିଛି । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର