ଓସେପା ପକ୍ଷରୁ ପ୍ରକାଶ ପାଇଥିବା ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତିକୁ ନେଇ ଆସିଛି ଏକ ଗୁରୁତ୍ୱପୂର୍ଣ୍ଣ ଖବର । ସେପ୍ଟେମ୍ବର ମାସ ୧୩ରୁ ଅକ୍ଟୋବର ମାସ ୧୦ ତାରିଖ ପର୍ଯ୍ୟନ୍ତ ଏଥିପାଇଁ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିଥିଲେ । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଏହି ନିଯୁକ୍ତି ସମାପ୍ତ ନେଇ ଲକ୍ଷ୍ୟ କରାଯାଇଛି ।ତେବେ ଏହା ମଧ୍ୟରେ ଓସେପା ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଆସନ୍ତା ନଭେମ୍ବର ମାସ ୩ ତାରିଖ ଠାରୁ ଏହି ନିଯୁକ୍ତିର ସମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଟି) ଆରମ୍ଭ ହେବ । ପ୍ରାର୍ଥୀ ଓ ପ୍ରାର୍ଥୀନୀଙ୍କୁ ବିଭିନ୍ନ ପରୀକ୍ଷା ତାରିଖ ତଥା ପରୀକ୍ଷା କେନ୍ଦ୍ର ଆବଣ୍ଟନ କରାଯିବ । ପରୀକ୍ଷା ସମ୍ବନ୍ଧୀୟ ସବିଶେଷ ସୂଚନା ଜାଣିବା ପାଇଁ ପ୍ରାର୍ଥୀମାନେ ଓସେପା ୱେବସାଇଟ୍ osepa.odisha.gov.in କୁ ପରିଦର୍ଶନ କରିପାରିବେ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା