ଭୁବନେଶ୍ବର: ଏସ୍ଏସ୍ସି ପ୍ରଶ୍ନପ୍ରତ୍ର ଲିକ ମାମଲାରେ ବାଲେଶ୍ୱର ପୁଲିସର ରିପୋର୍ଟକୁ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଓଏସ୍ଏସ୍ସି। ୫୫ପରୀକ୍ଷାର୍ଥୀଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିଛି ଓଏସ୍ଏସ୍ସି । ଓଏସ୍ଏସ୍ସି ପରୀକ୍ଷାରୁ ଜୀବନବ୍ୟାପୀ ବାରଣ ନେଇ ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ବିଶାଳ କୁମାରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିହାର ଆକାଉଣ୍ଟସ୍ ଜେନେରାଲଙ୍କୁ ବି ଚିଠି ଲେଖିଛି ବାଲେଶ୍ବର ପୁଲିସ୍। ଏଥିସହିତ ଓଡିଶାର ଏଜେଣ୍ଟ ସାଜିଥିବା ସରକାରୀ ଶିକ୍ଷକ ଗୋବିନ୍ଦ ତ୍ରିପାଠୀ ଓ ସୁଶାନ୍ତ ସାହୁଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ କନ୍ଧମାଳ ଓ ଯାଜପୁର ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରାଇଲା ବାଲେଶ୍ବର ପୁଲିସ। ଏହି ମାମଲାରେ ସମ୍ପୃକ୍ତ ସବୁ ଛାତ୍ରଛାତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ OSSC ଦୃଢ଼ ରହିଛି । OSSC ସଚିବଙ୍କ ପକ୍ଷରୁ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି ।
Trending
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
- ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
- ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୭ତମ ଏପିସୋଡ୍ , ଛଟ୍ ପର୍ବର ଗୁରୁତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ
Next Post