ଭୁବନେଶ୍ବର: ଏସ୍ଏସ୍ସି ପ୍ରଶ୍ନପ୍ରତ୍ର ଲିକ ମାମଲାରେ ବାଲେଶ୍ୱର ପୁଲିସର ରିପୋର୍ଟକୁ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଓଏସ୍ଏସ୍ସି। ୫୫ପରୀକ୍ଷାର୍ଥୀଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିଛି ଓଏସ୍ଏସ୍ସି । ଓଏସ୍ଏସ୍ସି ପରୀକ୍ଷାରୁ ଜୀବନବ୍ୟାପୀ ବାରଣ ନେଇ ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ବିଶାଳ କୁମାରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିହାର ଆକାଉଣ୍ଟସ୍ ଜେନେରାଲଙ୍କୁ ବି ଚିଠି ଲେଖିଛି ବାଲେଶ୍ବର ପୁଲିସ୍। ଏଥିସହିତ ଓଡିଶାର ଏଜେଣ୍ଟ ସାଜିଥିବା ସରକାରୀ ଶିକ୍ଷକ ଗୋବିନ୍ଦ ତ୍ରିପାଠୀ ଓ ସୁଶାନ୍ତ ସାହୁଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ କନ୍ଧମାଳ ଓ ଯାଜପୁର ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରାଇଲା ବାଲେଶ୍ବର ପୁଲିସ। ଏହି ମାମଲାରେ ସମ୍ପୃକ୍ତ ସବୁ ଛାତ୍ରଛାତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ OSSC ଦୃଢ଼ ରହିଛି । OSSC ସଚିବଙ୍କ ପକ୍ଷରୁ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Next Post