ୟୁନାଇଟେଡ ଇଣ୍ଡିଆ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆଡମିନିଷ୍ଟ୍ରେଟିଭ୍ ଅଫିସର ସ୍କେଲ-୧ (ଜେନେରାଲିଷ୍ଟ) ପଦରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀମାନେ ନିମ୍ନ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଜାନୁଆରୀ ମାସ ୮ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ୨୩ ତାରିଖରେ ସମାପ୍ତ ହେବ । ପରୀକ୍ଷାର ୧୦ ଦିନ ପୂର୍ବରୁ ପ୍ରାର୍ଥୀମାନେ ସେମାନଙ୍କର କଲ୍ ଲେଟର ଡାଉନଲୋଡ୍ କରିପାରିବେ । ୨୦୨୩ ମସିହା ଡିସେମ୍ବର ମାସ ୩୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ବର୍ଷ ଓ ସର୍ବାଧିକ ବୟସ ୩୦ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ।ମୋଟ ୨୫୦ଟି ପଦ ଖାଲି ରହିଥିବା ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍ ରହିଛି । ୟୁଆର, ଅନ୍ୟ ପଛୁଆ ବର୍ଗ (ଓବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ପ୍ରାର୍ଥୀଙ୍କ ପାଇଁ ପଦ ସଂଖ୍ୟା ଅଲଗା ଅଲଗା ରହିଛି । ୟୁଆର, ଓବିସି ପ୍ରାର୍ଥୀଙ୍କ ପାଇଁ ଆବେଦନ ଫିସ୍ ୧୦୦୦ ଟଙ୍କା ରହିଥିବା ବେଳେ ଏସସି, ଏସଟି, ପିଡବ୍ଲ୍ୟୁବିଡି ପ୍ରାର୍ଥୀଙ୍କ ପାଇଁ ୨୫୦ ଟଙ୍କା ରଖାଯାଇଛି ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Next Post