ଇନ୍ଦିରା ଗାନ୍ଧି ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷର ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଜୁନିୟର ଆସିଷ୍ଟାଣ୍ଟ କମ୍ ଟାଇପିଷ୍ଟ ଓ ଷ୍ଟେନୋଗ୍ରାଫର ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଏଥିପାଇଁ ଜାନୁଆରୀ ମାସ ୧ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୧ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ୨୨ରୁ ୨୫ ତାରିଖ ମଧ୍ୟରେ ସେମାନଙ୍କର ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ । ପରବର୍ତ୍ତୀ ସମୟରେ ୱେବସାଇଟ୍ ଜରିଆରେ ପ୍ରାର୍ଥୀଙ୍କୁ ପରୀକ୍ଷା ତାରିଖ ବାବଦରେ ସୂଚିତ କରାଇ ଦିଆଯିବ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)ର ଶିଡ୍ୟୁଲ ମୁତାବକ ପ୍ରାର୍ଥୀମାନେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୧୮ ବର୍ଷ ରହିଥିବା ବେଳେ ଜୁନିୟର ଆସିଷ୍ଟାଣ୍ଟ କମ୍ ଟାଇପିଷ୍ଟ ପାଇଁ ସର୍ବାଧିକ ବୟସ ଯୋଗ୍ୟତା ୨୭ ବର୍ଷ ଓ ଷ୍ଟେନୋଗ୍ରାଫର ପାଇଁ ୩୦ ବର୍ଷ ରହିଛି । ବୟସ କୋହଳ ନିୟମ ମୁତାବକ ନିର୍ଦ୍ଧାରଣ କରାଯିବ । ଅଣସଂରକ୍ଷିତ (ୟୁଆର) ଓ ଅନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀଙ୍କ ପାଇଁ ଆବେଦନ ଫିସ୍ ୧୦୦୦ ଟଙ୍କା ରହିଥିବା ବେଳେ ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ), ମହିଳା ଓ ପିଡବ୍ଲ୍ୟୁବିଡି ପ୍ରାର୍ଥୀଙ୍କ ପାଇଁ ୬୦୦ ଟଙ୍କା ରହିଛି ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Next Post