ଇଣ୍ଡିଆନ୍ ବ୍ୟାଙ୍କ ପକ୍ଷରୁ ୩୦୦ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଲୋକାଲ ବ୍ୟାଙ୍କ ଅଫିସର ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଅଗଷ୍ଟ ୧୩ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସେପ୍ଟେମ୍ବର ୨ରେ ତାହା ସମାପ୍ତ ହେବ । ଚଳିତ ବର୍ଷ ଜୁଲାଇ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୦ରୁ ୩୦ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ ।ତାମିଲନାଡ଼ୁ / ପୁଡୁଚେରୀ ପାଇଁ ତାମିଲ ଭାଷା ଜାଣିଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏହି ରାଜ୍ୟରେ ମୋଟ ୧୬୦ଟି ପଦ ଖାଲି ରହିଛି । କର୍ଣ୍ଣାଟକ ପାଇଁ ୩୫ଟି ପଦ, ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ପାଇଁ ୫୦ଟି ପଦ, ମହାରାଷ୍ଟ୍ର ପାଇଁ ୪୦ଟି ପଦ ଓ ଗୁଜରାଟ ପାଇଁ ୧୫ଟି ପଦ ଖାଲି ରହିଛି ।
Trending
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ