ସିଏଚଏସଇ) ଓଡ଼ିଶା ଓ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ)ରେ ଜୁନିୟର ଆସିଷ୍ଟାଣ୍ଟ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଗତ ୧୯ ତାରିଖରେ ଏହି ପଦର ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏହା ମଧ୍ୟରେ ଏହି ପଦ ପାଇଁ କମ୍ପ୍ୟୁଟର ଦକ୍ଷତା ଟେଷ୍ଟର ଶିଡ୍ୟୁଲ ଜାରି କରାଯାଇଛି । ଆସନ୍ତା ୨୮ ତାରିଖରେ ଏହି ଟେଷ୍ଟ ହେବା ନେଇ ରାଜ୍ୟ ଚୟନ ବୋର୍ଡ (ଏସଏସବି) ଓଡ଼ିଶା ପକ୍ଷରୁ ସୂଚନା ଜାରି କରାଯାଇଛି ।ପ୍ରାର୍ଥୀମାନେ ନିଜ ନିଜର ଆଡମିଟ୍ କାର୍ଡ ଧରି ଭୁବନେଶ୍ୱର ସ୍ଥିତ ରିଜିଓନାଲ କଲେଜ ଅଫ୍ ମ୍ୟାନେଜମେଣ୍ଟ, ଚନ୍ଦ୍ରଶେଖରପୁରରେ ଉପସ୍ଥିତ ହେବେ । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରଥମ ଶିଟିଂ ଓ ମଧ୍ୟାହ୍ନ ୧୨.୩୦ରୁ ୧.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ଶିଟିଂ ଟେଷ୍ଟ ହେବ । ପ୍ରାର୍ଥୀଙ୍କର ରୋଲ ନମ୍ବରର ଏକ ଲିଷ୍ଟ ୱେବସାଇଟରେ ଜାରି କରାଯାଇଛି । ପ୍ରିଲିମିନାରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ ଏସଏସବିର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post