ଓଡ଼ିଶା ମ୍ୟୁନିସିପାଲ ପ୍ରଶାସନିକ ସେବା (ଗ୍ରୁପ-ଏ ଓ ଗ୍ରୁପ-ବି)-୨୦୨୧ ପଦକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ମେରିଟ୍ ଲିଷ୍ଟ ଅନୁସାରେ ୮ ଜଣ ମହିଳାଙ୍କ ସମେତ ମୋଟ ୨୭ ଜଣ ପ୍ରାର୍ଥୀଙ୍କୁ ଏହି ପଦ / ସେବାରେ ନିଯୁକ୍ତି ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ସୁପାରିଶ କରାଯାଇଛି । ଚୂଡ଼ାନ୍ତ ହୋଇଥିବା ୨୭ ଜଣ ପ୍ରାର୍ଥୀଙ୍କ ଲିଷ୍ଟ ୱେବସାଇଟରେ ଜାରି କରାଯାଇଛି । ପ୍ରାର୍ଥୀମାନଙ୍କୁ ୱେବସାଇଟ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି ।ସେହିପରି ଏହି ନିଯୁକ୍ତିର ଡକ୍ୟୁମେଣ୍ଟ ଯାଞ୍ଚ ସମୟରେ ଅନୁପସ୍ଥିତ ରହିଥିବା ଦୁଇଜଣ ପ୍ରାର୍ଥୀଙ୍କର ପ୍ରାର୍ଥୀତ୍ୱ ରିଜେକ୍ଟ କରି ଦିଆଯାଇଛି । ଉକ୍ତ ଦୁଇ ପ୍ରାର୍ଥୀଙ୍କ ରୋଲ ନମ୍ବର ଓପିଏସସି ୱେବସାଇଟରେ ଜାରି କରାଯାଇଛି । ସୂଚନାଯୋଗ୍ୟ ଯେ, ଗତବର୍ଷ ନଭେମ୍ବର ମାସରେ ଓଡ଼ିଶା ମ୍ୟୁନିସିପାଲ ପ୍ରଶାସନିକ ସେବା-୨୦୨୧ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ୧୯ ଜଣ ମହିଳାଙ୍କ ସମେତ ମୋଟ ୫୯ ଜଣ ପ୍ରାର୍ଥୀ ଚୟନ ହୋଇଥିଲେ । ଗତ ୧୮ ଓ ୧୯ ତାରିଖରେ କଟକର ଡ. ପି.କେ ପରିଡ଼ା ରୋଡ଼ ସ୍ଥିତ ଓପିଏସସି କାର୍ଯ୍ୟାଳୟରେ ପ୍ରାର୍ଥୀଙ୍କର ଡକ୍ୟୁମେଣ୍ଟ ଯାଞ୍ଚ କରାଯାଇଥିଲା ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post