ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ହଜାର ପଦ ପୂରଣ ହେବ । ଏଥିପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ ଗତ ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବା ନେଇ ପ୍ରଥମେ ବିଜ୍ଞପ୍ତି ଜାରି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ ବ୍ୟାଙ୍କ ପକ୍ଷରୁ ଦୁଇଟି କରିଜେଣ୍ଡମ୍ ଜାରି କରାଯାଇଥିଲା । ପ୍ରଥମେ ଆବେଦନ ଅବଧି ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ପରବର୍ତ୍ତୀ ସମୟରେ ଆପ୍ଲିକେସନ ୱିଣ୍ଡୋ ପୁନଃ ଖୋଲାଯିବା ସହିତ ଜୁନ ୬ରୁ ୧୭ ପର୍ଯ୍ୟନ୍ତ ଆବେଦନ କରାଯାଇଥିଲା ।ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଲିଙ୍କକୁ ଯାଇ ଜୁନ୍ ୧୭ ତାରିଖ ସୁଦ୍ଧା ଆବେଦନ କରିପାରିବେ । ସ୍ନାତକ ପାସ୍ କରିଥିବା ପ୍ରାର୍ଥୀମାନଙ୍କୁ ଆପ୍ରେଣ୍ଟିସ୍ ଭାବେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀ ୧୯୯୬ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୦୪ ମସିହା ମାର୍ଚ୍ଚ ମାସ ୩୧ ତାରିଖ ମଧ୍ୟରେ ଜନ୍ମ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ଅନଲାଇନ୍ ଲିଖିତ ପରୀକ୍ଷା (ଅବଜେକ୍ଟିଭ୍ ଟାଇପ) ମାଧ୍ୟମରେ ପ୍ରାର୍ଥୀଙ୍କୁ ଚୟନ କରାଯିବ । ଏଥିସହିତ ପ୍ରାର୍ଥୀଙ୍କର ସ୍ଥାନୀୟ ଭାଷାରେ ଦକ୍ଷତା ରହିଥିବା ଆବଶ୍ୟକ । ରୁରାଲ / ସେମି- ଅର୍ବାନ ବ୍ରାଞ୍ଚରେ ପ୍ରାର୍ଥୀଙ୍କୁ ୧୫ ହଜାର ଟଙ୍କା ଷ୍ଟାଇପେଣ୍ଡ ଆକାରରେ ଦିଆଯିବ । ସେହିପରି ଅର୍ବାନ ଶାଖାରେ ଓ ମେଟ୍ରୋ ଶାଖାରେ ମଧ୍ୟ ୧୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post