ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ ଜୁନିୟର ଆସିଷ୍ଟାଣ୍ଟ, ଅଡିଟର, ଆସିଷ୍ଟାଣ୍ଟ ସିଟି ଓ ଜିଏସଟି ଅଫିସର, କୋଅପରେଟିଭ୍ ସୋସାଇଟିଜ୍ ଇନ୍ସପେକ୍ଟର ଆଦି ପଦ ପୂରଣ ହେବ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ସେଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।ଏପ୍ରିଲ ମାସ ୫ ତାରିଖରୁ ଅନଲାଇନ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇ ମେ ୨ରେ ସମାପ୍ତ ହେବ । ଅନଲାଇନ୍ ଆପ୍ଲିକେସନ ସବମିସନ୍ ପାଇଁ ଅନ୍ତିମ ତାରିଖ ମେ ୫ ରହିଥିବା ବେଳେ ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ ପାଇଁ ମେ ୧୭ ଶେଷ ତାରିଖ ରିହଛି । ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ନିଯୁକ୍ତି ଦିଆଯିବ । ରାଜ୍ୟ ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ, ଏଣ୍ଡୋମେଣ୍ଟ ଆୟୋଗ, ଜଳ ସମ୍ପଦ ଆଦି ବିଭାଗରେ ପଦ ପୂରଣ ହେବ ।ପ୍ରଥମେ ୫୮୬ଟି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପରେ ଏହି ପଦ ସଂଖ୍ୟା ୫୯୫କୁ ବୃଦ୍ଧି ପାଇଥିଲା । ଏନେଇ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଥିଲା । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ଏଥିସହିତ ଇଣ୍ଟରନେଟ, କମ୍ପ୍ୟୁଟର, ୱାର୍ଡ ପ୍ରୋସେସିଂ କ୍ଷେତ୍ରରେ ପ୍ରାର୍ଥୀଙ୍କର ଜ୍ଞାନ ରହିଥିବା ଆବଶ୍ୟକ ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post
Next Post