ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ ପ୍ରାର୍ଥୀଙ୍କୁ ମହଙ୍ଗା ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରାଯିବ ।ମୋଟ ୨୩ଟି ପଦ ଖାଲି ରହିଥିବା ବେଳେ ଅଣସଂରକ୍ଷିତଙ୍କ ପାଇଁ ୧୨ଟି, ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୩ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୫ଟି ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗଙ୍କ ପାଇଁ ୩ଟି ପଦ ସଂରକ୍ଷିତ ରହିଛି । ୨୦୨୪ ମସିହା ଫେବୃଆରୀ ମାସ ୨୯ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୨ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ ।ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବା ଆବଶ୍ୟକ । ପ୍ରାର୍ଥୀଙ୍କୁ ଆବେଦନ ବାବଦକୁ ଅଣଫେରସ୍ତଯୋଗ୍ୟ ୫୦୦ ଟଙ୍କା ଫିସ୍ ଜମା କରିବାକୁ ପଡ଼ିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷ, କମ୍ପ୍ୟୁଟର ଟେଷ୍ଟ ଓ ସାକ୍ଷାତକାର ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ପ୍ରିଲିମିନାରୀରେ ୧୫୦ ମାର୍କର ଓ ମୁଖ୍ୟ ପରୀକ୍ଷାରେ ୩୦୦ ମାର୍କର ପରୀକ୍ଷା କରାଯିବ ।
Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
Prev Post
Next Post