ମାଠିଆ ପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ପ୍ରାୟ ଅନେକେ ଜାଣନ୍ତି। ତଥାପି ଏଥିରେ ଆହୁରି ଅନେକ ପ୍ରକାର ଭଲ ଗୁଣ ରହିଛି। ଯେହେତୁ ମାଠିଆ ମାଟିରେ ପ୍ରସ୍ତୁତ ହୋଇଥାଏ ତେଣୁ ଏହା ଜୀବାଣୁନାଶକ। ପ୍ରାକୃତିକ ଉପାୟରେ ଏହି ପାଣିରୁ ଦୂଷିତ ପଦାର୍ଥ ବାହାରିଯାଇଥାଏ। ନିୟମିତ ମାଠିଆ ପାଣି ପିଇବା ଦ୍ୱାରା ଅଜୀର୍ଣ୍ଣ ସମସ୍ୟା ଅନେକାଂଶରେ ଦୂର ହୋଇଥାଏ। ଏହା ମଧ୍ୟ କ୍ଳାନ୍ତିରୁ ଉପଶମ ପ୍ରଦାନ କରେ। ଯଦି ଶରୀରର କୌଣସି ବାହ୍ୟ ସ୍ଥାନରୁ ରକ୍ତ କ୍ଷରଣ ହେଉଛି ତେବେ ସେହି ସ୍ଥାନରେ ମାଠିଆ ପାଣି ଢାଳିଲେ ରକ୍ତ ବୋହିବା କେତେକାଂଶରେ ବନ୍ଦ ହୋଇଯାଏ। ସକାଳୁ ଉଠି ମାଠିଆ ପାଣି ପିଇବା ଦ୍ୱାରା ଦୃଷ୍ଟିଶକ୍ତିି ପ୍ରଖର ହେବା ସହ ହାର୍ଟ ସୁସ୍ଥ ରହିଥାଏ। ପେଟଜନିତ ସମସ୍ୟା ଏବଂ ବିଶେଷଭାବରେ ଗ୍ୟାଷ୍ଟ୍ରିକ ରୋଗୀଙ୍କ ପାଇଁ ଏହି ପାଣି ବେଶ୍ ଉପକାରୀ। କିନ୍ତୁ ଯଦି ଆପଣଙ୍କର ଆଜ୍ମା ସମସ୍ୟା ରହିଛି, ତେବେ ଏହି ପାଣିଠାରୁ ନିଜକୁ ଦୂରେଇ ରଖନ୍ତୁ। ଆଉ ଏକ କଥା, ପ୍ରତିଦିନ ଏହି ପାଣିକୁ ବଦଳାନ୍ତୁ ଏବଂ ମାଠିଆ ଭିତରଭାଗକୁ ଭଲ ଭାବରେ ପରିଷ୍କାର କରି ପାଣି ଭର୍ତ୍ତିି କରନ୍ତୁ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ