ସଜନା ଶାଗରେ ବିଭିନ୍ନ ପ୍ରକାର ଭିଟାମିନ୍ ଯଥା-କ୍ୟାଲ୍ସିୟମ୍, ପୋଟାସିୟମ୍, ଆଇରନ୍, ଭିଟାମିନ୍-ଏ, ସି ଏବଂ ଇ ଭରି ରହିଛି। ନିୟମିତ ସଜନା ଶାଗ ଖାଇଲେ ଏଥିରେ ଥିବା କ୍ୟାଲସିୟମ ତତ୍ତ୍ୱ ଅସ୍ଥିକୁ ମଜଭୁତ ରଖିବାରେ ଅନେକାଂଶରେ ସହାୟକ ହୋଇଥାଏ।ଏଥିରେ ଆଉ ଏକ ଉପକାରୀ ଗୁଣ ରହିଛି। ରକ୍ତଚାପକୁ ସନ୍ତୁଳିତ ରଖିବାରେ ଅନେକାଂଶରେ ସାହାଯ୍ୟ କରେ ସଜନା ଶାଗ। ଏହା ଲିଭର୍ ସେଲ୍କୁ କେତେକାଂଶରେ ସୁରକ୍ଷିତ ରଖିଥାଏ। ମେଦବହୁଳତା ସମସ୍ୟା ସହ ଜଡ଼ିତ ବ୍ୟକ୍ତିମାନଙ୍କ ପାଇଁ ଏହା ମଧ୍ୟ ଉପକାରୀ।ସଜନା ଶାଗ ଶରୀରର ଚର୍ବି ଅଂଶକୁ କମାଇଥାଏ। ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ ଗୁଣ ରହିଛି, ଯାହା କେଶମୂଳକୁ ଦୃଢ଼ ରଖିଥାଏ। ଏହା ମଧ୍ୟ ହଜମ ଶକ୍ତିକୁ ଆହୁରି ଦୃଢ଼ କରିଥାଏ। ନିୟମିତ ସଜନା ଶାଗ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ପ୍ରଖର କରେ। ଆଜ୍ମା ରୋଗୀଙ୍କ ପାଇଁ ଏହା ମହୌଷଧି ସଦୃଶ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post