ସାରାଦିନର କାର୍ଯ୍ୟବ୍ୟସ୍ତ ମଧ୍ୟରେ ଯଦି ଥକ୍କା ଅନୁଭବ କରୁଛନ୍ତି, ତେବେ ଅପରାଜିତା ଫୁଲ ଚା’ର ସେବନ କରନ୍ତୁ। ଫୁଲଟି ଦେଖିବାକୁ ଯେତିକି ସୁନ୍ଦର ଏହାର ଔଷଧୀୟ ଫାଇଦା ମଧ୍ୟ ସେତିକି ରହିଛି। ଏହି ଫୁଲରୁ ପ୍ରସ୍ତୁତ ଚା’ କେବଳ ଥକାପଣ ଦୂର କରେ ତା’ ନୁହେଁ ବରଂ ସ୍ବାସ୍ଥ୍ୟଗତ ବିଭିନ୍ନ ସମସ୍ୟା ଦୂର କରିବାରେ ସହାୟକ ହୋଇଥାଏ। ଏହାକୁ ପ୍ରସ୍ତୁତ କରିବା ପାଇଁ ଗୋଟିଏ ଗ୍ଲାସ୍ ପାଣିକୁ ଭଲଭାବେ ଫୁଟାନ୍ତୁ। ସେଥିରେ ଚିନି ଏବଂ ଅପରାଜିତା ଫୁଲ ପକାଇ ୧ କପ୍ ହେବା ଯାଏ ଗରମ କରନ୍ତୁ। ଧୀରେ ଧୀରେ ପାଣିର ରଙ୍ଗ ନୀଳ ରଙ୍ଗ ଧାରଣ କରିବା ପରେ ଏହାକୁ ସେବନ କରନ୍ତୁ। ଗ୍ରୀନ୍ ଟି’କୁ ମଧ୍ୟ ଏହି ଚା’ ମାତ୍ ଦେବାରେ ସକ୍ଷମ। ପ୍ରତିଦିନ ସକାଳ ଅବା ସନ୍ଧ୍ୟାରେ ଏହି ଚା’ ସେବନ କଲେ ସଂକ୍ରମଣ ଜନିତ ସମସ୍ୟା, ଚର୍ମରୋଗ ମଧ୍ୟ ଭଲ ହୋଇଥାଏ। ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ୍ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବୃଦ୍ଧି କରିଥାଏ। କେବଳ ସେତିକି ନୁହେଁ, ଏହି ଫୁଲକୁ ଶୁଖାଇ ଏଥିରେ ଗୁଣ୍ଡ ମଧ୍ୟ ପ୍ରସ୍ତୁତ କରାଯାଏ। ଏହି ଗୁଣ୍ଡକୁ ଚିନି ଓ ପାଣି ସହ ମିଶାଇ ସରବତ୍ ଆକାରରେ ମଧ୍ୟ ପିଇପାରିବେ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Prev Post