ଖାଦ୍ୟ ପ୍ରସ୍ତୁତି କରିବା ପରେ ଅନେକ ସମୟରେ ବଳକା ଭାତ ରହିଯାଏ। କିଛି ଲୋକେ ଏହାକୁ ଫ୍ରାଏ କରି କିମ୍ବା ଅନ୍ୟ ଉପାୟରେ ଖାଇଥାଆନ୍ତି। ସେଭଳି କିଛି ଲୋକେ ଏହାକୁ ଫିଙ୍ଗି ଦେଇଥାଆନ୍ତି। ତେବେ ବଳକା ଭାତ ଥିଲେ ,ଏହାକୁ ଫିଙ୍ଗନ୍ତୁ ନାହିଁ। ବରଂ ସନ୍ଧ୍ୟା ସମୟରେ ଏଥିରୁ ସ୍ୱାଦିଷ୍ଟ ପରଟା ତିଆରି କରନ୍ତୁ। ଏହା କେବଳ ଖାଇବାକୁ ସ୍ୱାଦିଷ୍ଟ ନୁହେଁ ବରଂ ପ୍ରସ୍ତୁତ କରିବା ମଧ୍ୟ ସହଜ। ତେବେ ଜାଣନ୍ତୁ ଚାଉଳରୁ କିଭଳି ପରଟା ପ୍ରସ୍ତୁତ କରିବେ..
ଆବଶ୍ୟକ ସାମଗ୍ରୀ
ଏକ କପ ଭାତ
ଏକ ଚାମଚ ତେଲ
ଏକ ଚାମଚ ଜିରା
ପିଆଜ କଟା – ୧ଟି
ଏକ ଚାମଚ ଅଦାରସୁଣ ବଟା
୧ ଚାମଚ ଲଙ୍କା ଗୁଣ୍ଡ
କଞ୍ଚାଲଙ୍କା – କଟା ହୋଇଥିବା
ପୁଦିନା ପତ୍ର – ଅଳ୍ପ
ଧନିଆ ପତ୍ର – ଅଳ୍ପ
ଲୁଣ – ସ୍ୱାଦ ଅନୁସାରେ
ଅଟା – ଆବଶ୍ୟକ ପରିମାଣରେ
ଦେଶୀ ଘିଅ – ଏକ ଚାମଚ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଅଟାରେ ସାମାନ୍ୟ ଲୁଣ ଓ ପାଣି ଦେଇ ଚକଟା ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସରେ କଡେଇ ବସାଇ ତେଲ ଗରମ କରନ୍ତୁ। ଏଥିରେ ଜିରା ପକାଇବା ପରେ ପିଆଜ, ଅଦାରସୁଣ ବଟା ପକାଇ ଭଲ ଭାବେ ଗୋଳାନ୍ତୁ। ଏବେ ଏଥିରେ କଞ୍ଚା ଲଙ୍କା, ଲଙ୍କା ଗୁଣ୍ଡ, ହଳଦି ଗୁଣ୍ଡ, ଲୁଣ ପକାନ୍ତୁ। ଏବେ ଏଥିରେ ବଳକା ଭାତକୁ ପକାଇ ଗୋଳାଇ ଦିଅନ୍ତୁ। ଚଟଣି ଭଳି କରନ୍ତୁ। ଏହାକୁ ଏକ ପାତ୍ରରେ ରଖନ୍ତୁ। ଏବେ ଅଟାରୁ ଗୁଳା ପ୍ରସ୍ତୁତ କରି ପୂର୍ବ ପ୍ରସ୍ତୁତକୁ ପୁର ଭଳି ଅଟା ମଧ୍ୟରେ ଦେଇ ପରଟା ବେଲି ଦିଅନ୍ତୁ। ଏହାକୁ ତାୱାରେ ପକାଇ ଉଭୟ ପଟକୁ ଘିଅ ପକାଇ ଭଲ ଭାବେ ସେକି ଦିଅନ୍ତୁ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Prev Post