ନୂଆଦିଲ୍ଲୀ : ହରଡ଼, ବୁଟ, ମଟର, ମୁଗ, ବିରି, ଗହମ, ଅଟା, ଚାଉଳ, ସୁଜି ଓ ଟମାଟୋ ସମେତ ବିଭିନ୍ନ ପନିପରିବାର ଦାମ୍ରେ ହୋଇଥିବା ବୃଦ୍ଧି ସାଧାରଣ ଲୋକଙ୍କ ନିଜ ହଜାଇଛି। ଖାଦ୍ୟ ସାମଗ୍ରୀ ଦରରେ ହୋଇଥିବା ବୃଦ୍ଧିର ପ୍ରଭାବ ଜୁଲାଇ ମାସର ଖୁଚୁରା ମୁଦ୍ରାସ୍ଫୀତିରେ ପ୍ରତିଫଳିତ ହୋଇଛି। ଜୁଲାଇରେ ଏହି ମୁଦ୍ରାସ୍ଫୀତି ୭.୪୪ ପ୍ରତିଶତକୁ ବୃଦ୍ଧି ପାଇଛି ଯାହା ଭାରତୀୟ ରିଜର୍ଭ ବ୍ୟାଙ୍କ ଧାର୍ଯ୍ୟ କରିଥିବା ୬ ପ୍ରତିଶତ ସୀମାକୁ ପୁଣି ଥରେ ଟପିଯାଇଛି। ଗତ ଜୁନ୍ରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୧ ପ୍ରତିଶତ ଥିଲା। ମାସକ ଭିତରେ ସେଥିରେ ବଡ଼ ଧରଣର ବୃଦ୍ଧି ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ୧୫ ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଶେଷ ଥର ପାଇଁ ୨୦୨୨ ମେ’ରେ ଏହି ମୁଦ୍ରାସ୍ଫୀତି ହାର ୭.୭୯ ପ୍ରତିଶତ ଥିଲା। ଅନ୍ୟପକ୍ଷରେ ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ୧.୩୬ ପ୍ରତିଶତ ରହିଛି।
Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା