୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୂର୍ବାହ୍ନ ୧୦ଟା ୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ପରେ ରେମେଡ ପଡିଆଠାରେ ପୂର୍ବାହ୍ନ ୧୧ଟା ୧୫ରେ ଜନସଭାକୁ ସମ୍ବୋଧନ କରିବେ। ଏଥିରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରମୁଖ ଯୋଗଦେବେ। ଶାହା ଅପରାହ୍ନ ୧ଟାରେ କେନ୍ଦୁଝର, ଅପରାହ୍ନ ୨ଟା ୧୫ରେ ଢେଙ୍କାନାଳର ପରଜଙ୍ଗ(ବାଟଗାଁ ଖେଳପଡିଆ)ଠାରେ ଏବଂ ଅପରାହ୍ନ ୩ଟା ୧୫ରେ ନୟାଗଡ(ଲାଠିପଡା ଟାଙ୍ଗି ପଡିଆ)ଠାରେ ଅନୁଷ୍ଠତି ଜନସଭାକୁ ସମ୍ବୋଧନ କରିବେ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post