ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ
ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ଆଜି ଜନ୍ମ ଜୟନ୍ତୀରେ ବାପୁଙ୍କୁ ମନେ ପକାଉଛି ଦେଶ। ଅର୍ପଣ କରୁଛି ଶ୍ରଦ୍ଧା ସୁମନ। ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ନେତା । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ରାଜଘାଟରେ ପହଞ୍ଚି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । କଂଗ୍ରେସ ଏବଂ ବିଭିନ୍ନ ଦଳର ନେତା ରାଜଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି । ଆଜି ବାପୁଙ୍କ ସହ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ । ତାଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଉଛି ଦେଶ । ମନେ ପକାଉଛି ସେହି ମହାପୁରୁଷଙ୍କୁ।ଭାରତକୁ ଇଂରେଜମାନଙ୍କ ଠାରୁ ସ୍ୱାଧୀନତା ଦେବାରେ ପ୍ରମୁଖ୍ୟ ଭୂମିକା ଗ୍ରହଣ କରିଥିବା ମହାତ୍ମା ଗାନ୍ଧୀଙ୍କ ଜନ୍ମ ୧୮୬୯ ଅକ୍ଟୋବର ୨ ତାରିଖରେ ଗୁଜରାଟର ପୋର୍ବନ୍ଦରରେ ହୋଇଥିଲେ । ଗାନ୍ଧୀଙ୍କ ଅହିଂସାର ମାର୍ଗକୁ ମନେ ପକାଇବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅର୍ନ୍ତଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଉଛି । ଆଇନ୍ ପାଠ ସାରି ଦକ୍ଷିଣ ଆଫ୍ରିକାରେ ପେଶାଦାର ଜୀବନ ଆରମ୍ଭ କରିବା ବେଳେ ହିଁ ମହାତ୍ମାଗାନ୍ଧୀଙ୍କ ଭିତରେ ଥିବା ନେତୃତ୍ୱ ନେବା ଗୁଣ ପ୍ରସ୍ପୁଟିତ ହୋଇଥିଲା । ଇଂରେଜ ସରକାର ବିରୋଧରେ ଅସହଯୋଗ ଆନ୍ଦୋଳନ, ଆଇନ ଅମାନ୍ୟ ଆନ୍ଦୋଳନ ଏବଂ ଭାରତ ଛାଡ଼ ଆନ୍ଦୋଳନ କରି ଅହିଂସା ପଥରେ ଦେଶ ପାଇଁ ସ୍ୱାଧୀନ ଆଣି ଦେଇଥିଲେ ଏହି ମହାନ ଜନନାୟକ । ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ନାଥୁରାମ ଗଡସେ ନାମକ ଜଣେ ଆତତାୟୀ ଗୁଳିରେ ସବୁ ଦିନ ପାଇଁ ଆଖି ବୁଜି ଦେଇଥିଲେ ବାପୁଜୀ ।