ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି। ରାଜ୍ୟରେ ଏକ ବଡ଼ ଟର୍ଣ୍ଣିଂ ପଏଣ୍ଟ ଆସିବାକୁ ଯାଉଛି। ଓଡ଼ିଶାରେ ଆଗକୁ ପଦ୍ମ ଫୁଟିବାକୁ ଯାଉଛି। ସେହିପରି ମେଣ୍ଟ ଆଲୋଚନା ନେଇ ସ୍ପଷ୍ଟ ମତ ରଖିଛନ୍ତି ମୋଦି। ସେ କହିଛନ୍ତି, ଆମେ ଦୁଇଟି ଅଲଗା ଦଳ। ସଂସଦରେ ପ୍ରସଙ୍ଗ ଭିତ୍ତିକ ସମର୍ଥନ ମିଳିଛି। ବିଧାନସଭାରେ ଆମର ଲଢେଇ ଜାରି ରହିଛି। କାରଣ ଓଡ଼ିଶାର ଅସ୍ମିତା ଏଠାରେ ବିପଦରେ ପଡିଛି। କିନ୍ତୁ ପଦ୍ମ ଫୁଟାଇବା ପାଇଁ ଆମେ ପ୍ରତିବଦ୍ଧ ବୋଲି ମୋଦି କହିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post