ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି। ରାଜ୍ୟରେ ଏକ ବଡ଼ ଟର୍ଣ୍ଣିଂ ପଏଣ୍ଟ ଆସିବାକୁ ଯାଉଛି। ଓଡ଼ିଶାରେ ଆଗକୁ ପଦ୍ମ ଫୁଟିବାକୁ ଯାଉଛି। ସେହିପରି ମେଣ୍ଟ ଆଲୋଚନା ନେଇ ସ୍ପଷ୍ଟ ମତ ରଖିଛନ୍ତି ମୋଦି। ସେ କହିଛନ୍ତି, ଆମେ ଦୁଇଟି ଅଲଗା ଦଳ। ସଂସଦରେ ପ୍ରସଙ୍ଗ ଭିତ୍ତିକ ସମର୍ଥନ ମିଳିଛି। ବିଧାନସଭାରେ ଆମର ଲଢେଇ ଜାରି ରହିଛି। କାରଣ ଓଡ଼ିଶାର ଅସ୍ମିତା ଏଠାରେ ବିପଦରେ ପଡିଛି। କିନ୍ତୁ ପଦ୍ମ ଫୁଟାଇବା ପାଇଁ ଆମେ ପ୍ରତିବଦ୍ଧ ବୋଲି ମୋଦି କହିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post