ଗତକାଲି ରାତିରେ ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ସେନାର ୪ ଜଣ ଯବାନ ସହିଦ ହୋଇଛନ୍ତି। ନ୍ୟୁଜ୍ ଏଜେନ୍ସି ପିଟିଆଇ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଏହି ଖବର ଦେଇଛି। ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ଜଣେ ଅଧିକାରୀଙ୍କ ସମେତ ଭାରତୀୟ ସେନାର ୪ ଜଣ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଥିଲା। ଜମ୍ମୁ-କଶ୍ମୀର ପୁଲିସର ରାଷ୍ଟ୍ରୀୟ ରାଇଫଲ୍ସ ଏବଂ ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି) ରାତି ପ୍ରାୟ ୮ଟା ୪୫ ମିନିଟ୍ ରେ ଦେସା ବନାଞ୍ଚଳର ଧାରି ଗୋଟେ ଉର୍ବାଗିଠାରେ ମିଳିତ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ଏହାପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା।ପ୍ରାୟ ୨୦ ମିନିଟରୁ ଅଧିକ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ଜଣେ ଅଧିକାରୀଙ୍କ ସମେତ ୪ ଜଣ ସେନା ଯବାନ ଏବଂ ଜଣେ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଥିଲା। ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୪ ଜଣଙ୍କ ମୃତ୍ୟୁ ଖବର ଆସିଛି। ଏହି ଅଞ୍ଚଳକୁ ଅତିରିକ୍ତ ସୈନ୍ୟ ପଠାଯାଇଥିବା ସେନା ପକ୍ଷରୁ କୁହାଯାଇଛି। ଏଠାରେ ଆତଙ୍କବାଦୀଙ୍କୁ ଘେରି ଦିଆଯାଇଛି। ସେନାର ୧୬ କୋର, ଯାହାକୁ ହ୍ୱାଇଟ୍ ନାଇଟ୍ କର୍ପସ ମଧ୍ୟ କୁହାଯାଏ, ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି ଯେ ଏହି ଅଞ୍ଚଳକୁ ଅତିରିକ୍ତ ସୈନ୍ୟ ପଠାଯାଇଛି, ଅପରେସନ୍ ଜାରି ରହିଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post