ଭାରତ ହେଉଛି ବିଶ୍ୱର ସବୁଠାରୁ ବଡ ଚାଉଳ ରପ୍ତାନୀକାରୀ ଦେଶ। ପାର୍ବଣ ଆରମ୍ଭ ପୂର୍ବରୁ ଚାଉଳର ଦରବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ଚାଉଳ ଉପରେ ରପ୍ତାନି ଶୁଳ୍କର ଅବଧି ଆସନ୍ତା ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ବ୍ୟବସାୟୀମାନଙ୍କୁ ମାର୍ଚ୍ଚ ୩୧, ୨୦୨୪ପର୍ଯ୍ୟନ୍ତ ଚାଉଳ ରପ୍ତାନି ଉପରେ ଶୁଳ୍କ ଦେବାକୁ ପଡିବ। ଅର୍ଥ ମନ୍ତ୍ରଣାଳୟ ଏନେଇ ବିଜ୍ଞପ୍ତି ଜାରି କରିଛି। ବିଶେଷଜ୍ଞନୁସାରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଘରୋଇ ବଜାରରେ ଚାଉଳ ଦର ହ୍ରାସ କରିପାରେ।ଗତ ଅଗଷ୍ଟ ମାସରେ କେନ୍ଦ୍ର ସରକାର ଉଷୁନା ଚାଉଳ ରପ୍ତାନି ଉପରେ ୨୦ ପ୍ରତିଶତ ରପ୍ତାନି ଶୁଳ୍କ ଲାଗୁ କରିଥିଲେ। ଏହାପରେ ଉଷୁନା ଚାଉଳ ରପ୍ତାନି ଉପରେ ରପ୍ତାନି ଶୁଳ୍କ ୧୬ ଅକ୍ଟୋବର ୨୦୨୩ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦୁର୍ଗାପୂଜା ଓ ଦୀପାବଳି ସମୟରେ ଚାଉଳର ଚାହିଦା ବଢିଥାଏ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା