ଚିଲିର ଜଙ୍ଗଲରେ ଭୟାବହ ଅଗ୍ନିକାଣ୍ଡ ଘଟି ଅନେକ ଧନ ଜୀବନ ନଷ୍ଟ ହୋଇଯାଇଛି। ଅନେକ ଘର ଜଳି ଯାଇଛି। ଏହି ଭୟାନକ ପରିସ୍ଥିତି ଯୋଗୁଁ ଚିଲିରାଷ୍ଟ୍ରପତି ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ରବିବାର କେନ୍ଦ୍ରୀୟ ଚିଲିରେ ନିଆଁ ଲାଗି ମୃତ୍ୟୁ ସଂଖ୍ୟା ଅତି କମରେ ୯୯ରେ ପହଞ୍ଚିଥିବା ବେଳେ ରାଷ୍ଟ୍ରପତି ଗାବ୍ରିଏଲ ବୋରିକ୍ ଚେତାବନୀ ଦେଇଛନ୍ତି ଯେ ଏହି ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବ। ବର୍ତ୍ତମାନ ପରିସ୍ଥିତି ଆହୁରି ଭୟଙ୍କର ହୋଇପାରେ ବୋଲି ରାଷ୍ଟ୍ରପତି କହିଛନ୍ତି। ଏବେ ବି ଜଙ୍ଗଲରେ ଲୋକଙ୍କ ଖୋଜାଖୋଜି ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ।ଚଳିତ ସପ୍ତାହରେ ଚିଲିର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରେ ପହଞ୍ଚିଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସାମ୍ନାକୁ ଆସିଲା ଜଣେ ବୃଦ୍ଧାଙ୍କ ବିକଳ ଚିତ୍ର। କିପରି ନିଆଁ ସହ କରିଲେ ସଙ୍ଘର୍ଷ। ଯେତେବେଳେ ନିଆଁ ବଢିବାରେ ଲାଗିଥିଲା ୬୩ ବର୍ଷୀୟା ରୋସାନା ଆଭେଣ୍ଡାନୋ ଘରୁ ଦୂରରେ ଥିଲେ, ସେ ତାଙ୍କ ସ୍ୱାମୀଙ୍କ ସହ ରହୁଥିଲେ। ସେ କହିଲେ ଯେ ଆମ ସହିତ ବହୁତ ଖରାପ ଘଟିଛି। ଅଗ୍ନିକାଣ୍ଡ ଆମ ଘର ନିକଟରେ ପହଞ୍ଚିବା ରୁ ସବୁ କିଛି ଜଳି ଯାଇଥିଲା। ମୋ ସ୍ୱାମୀ ଗରମ ଅନୁଭବ କରିବା ମାତ୍ରେ ସେ ସେଠାରୁ ପଳାଇ ଯାଇଥିଲେ। ସେ ନ୍ୟୁଜ୍ ଏଜେନ୍ସିକୁ କହିଛନ୍ତି ଯେ ଏହି ଅଞ୍ଚଳରେ କୌଣସି ଘର ବାକି ନାହିଁ। ସୂଚନା ଅନୁଯାୟୀ, ଏହି ଅଗ୍ନିକାଣ୍ଡରେ ୯୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏପର୍ଯ୍ୟନ୍ତ ୩୨ ଜଣଙ୍କୁ ଚିହ୍ନଟ କରାଯାଇଛି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post